ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟରେ ଜିଲ୍ଲା ପାଇଁ ସୁନାମ ଆଣିଲେ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନର ଛାତ୍ରୀ ଶୁଭମିତା ନାୟକ । ରାଜ୍ୟ ସ୍ତରୀୟ କମନ୍ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୨ରେ ଉଦ୍ଭିଦ ବିଜ୍ଞାନରେ ସମଗ୍ର ରାଜ୍ୟରେ ତୃତୀୟ ସ୍ଥାନ ଅଧିକାର କରି ନିଜ ବିଭାଗ ଓ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟକୁ ଗୌରବାନ୍ବିତ କରିଛନ୍ତି । ଭବିଷ୍ୟତରେ ଉଦ୍ଭିଦ ବିଜ୍ଞାନରେ ଗବେଷଣା କରି ଜଣେ ଭଲ ଓ ଉଚ୍ଚ କୋଟିର ଅଧ୍ୟାପିକା ହେବାକୁ ଲକ୍ଷ୍ୟ ରଖିଛନ୍ତି ଶୁଭମିତା । ଏଇ ସଫଳତା ପାଇଁ ଉଦ୍ଭିଦ ବିଜ୍ଞାନ ବିଭାଗରେ ଖୁସି ଓ ଉଦ୍ଦିପନା ଦେଖାଦେଇଛି । ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁରେଶ କୁମାର ପ୍ରଧାନ ଛାତ୍ରୀ ଶୁଭମିତା ନାୟକଙ୍କ ସହ ଉଦ୍ଭିଦ ବିଜ୍ଞାନ ବିଭାଗର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କୁ ବଧେଇ ଜଣାଇବା ସହ ଉତ୍ସାହିତ କରିଛନ୍ତି ।





