Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା, ହାଇକୋର୍ଟରେ ବିଦ୍ୟାଭାରତୀଙ୍କୁ ମଳିଲା ଆଶ୍ୱସ୍ତି

by ସଞ୍ଜୟ ସ୍ୱାଇଁ
September 7, 2022
in Crime, State
ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା, ହାଇକୋର୍ଟରେ ବିଦ୍ୟାଭାରତୀଙ୍କୁ ମଳିଲା ଆଶ୍ୱସ୍ତି
255
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଓଡିଶା ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ। ଅନ୍ୟାଦେଶ ପର୍ୟ୍ୟନ୍ତ ନିମ୍ନ ଅଦାଲତରେ ମାମଲାର ଶୁଣାଣି ଉପରେ ଲଗାଇଲେ ଅଙ୍କୁଶ। ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭରତୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଆଜି ଏହି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ପାରଳାଖେମୁଣ୍ଡି ବନଖଣ୍ଡର ସହକାରୀ ବନ ସଂରକ୍ଷକ ସୌମ୍ୟରଂଜନ ନିଆଁରେ ପୋଡି ହୋଇ ମୃତ୍ୟୁବରଣ କରିଥିଲେ। ତେବେ ତାଙ୍କ ମୃତ୍ୟୁ ପାଇଁ ପତ୍ନୀ ବିଦ୍ୟାଭାରତୀ ଦାୟୀ ବୋଲି ସୌମ୍ୟଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ଏହାକୁ ନେଇ ସାରା ରାଜ୍ୟରେ ତୁମ୍ବିତୋଫାନ ହେବା ପରେ ମାମଲାର ତଦନ୍ତ ଭାର କ୍ରାଇମ୍‌ ବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର। ନିଆଁରେ ପୋଡ଼ି ଯାଇଥିବା ସୌମ୍ୟଙ୍କୁ ତୁରନ୍ତ ହସ୍ପିଟାଲ ନେବାରେ ପତ୍ନୀ ବିଦ୍ୟାଭରତୀ ଅବହେଳା କରିଥିଲେ ବୋଲି କ୍ରାଇମବ୍ରାଞ୍ଚ ତଦନ୍ତରୁ ସ୍ପଷ୍ଟ ହୋଇଥିଲା। ଏଥିପାଇଁ ବିଦ୍ୟାଭରତୀଙ୍କୁ ଦାୟୀ କରି ଆଇପିସିର ଧାରା ୩୦୪(ଏ) ଓ ୨୮୫ ରେ କ୍ରାଇମ୍‌ ବ୍ରାଞ୍ଚ ଚାର୍ଜସିଟ ଦାଖଲ କରିଥିଲା। ସୌମ୍ୟ ମୃତ୍ୟୁ ମାମଲା ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ କୋର୍ଟରେ ବିଚାର ଚାଲିଥିବା ବେଳେ ଦୈନିକ ଶୁଣାଣିରେ ନିଜେ ହାଜର ନହୋଇ ଓକିଲ ଜରିଆରେ ହାଜର ହେବାକୁ ବିଦ୍ୟାଭାରତୀ ଆବେଦନ କରିଥିଲେ। ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ କୋର୍ଟ ଏହି ଆବେଦନକୁ ଖାରଜ କରିବା ପରେ ବିଦ୍ୟାଭାରତୀ ଏହା ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆଜି ବିଦ୍ୟା ଭାରତୀଙ୍କ ଆବେଦନକୁ ହାଇକୋର୍ଟ ଗ୍ରହଣ କରିବା ସହ ନିମ୍ନ ଅଦାଲତଙ୍କ ଶୁଣାଣି ଉପରେ ଅଙ୍କୁଶ ଲଗାଇଛନ୍ତି। ଏହା ସହ ଆବେଦନର ନକଲ ସୌମ୍ୟଙ୍କ ଓକିଲଙ୍କୁ ଦେବା ପାଇଁ ନିର୍ଦ୍ଦେଶ ଦେବା ସହ ଆସନ୍ତା ୨୮ ତାରିଖକୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ୟ୍ୟ କରିଛନ୍ତି କୋର୍ଟ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!