Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଗିଂ ଯୋଗୁଁ ଆଇଟିଆଇ ଛାତ୍ର ଆତ୍ମହତ୍ୟା ଉଦ୍ୟମ ଘଟଣାର ମିଳିଲା ହାତଲେଖା ଚିଠି

by ସଞ୍ଜୟ ସ୍ୱାଇଁ
September 11, 2022
in Crime, State
ରାଗିଂ ଯୋଗୁଁ ଆଇଟିଆଇ ଛାତ୍ର ଆତ୍ମହତ୍ୟା ଉଦ୍ୟମ ଘଟଣାର ମିଳିଲା ହାତଲେଖା ଚିଠି
16
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ରାଗିଂ ଯୋଗୁଁ ଆତ୍ମହତ୍ୟା ଉଦ୍ୟମ ଘଟଣା । ମିଳିଲା ହାତଲେଖା ଚିଠି । ଚିଠିଟି ଛାତ୍ର ଙ୍କର ହୋଇଥିବା ସନ୍ଦେହ । ଅନ୍ୟ ପାଖେ ରାଗିଂ ଖବରକୁ ଖଣ୍ଡନ କଲେ କଲେଜ କର୍ତ୍ତୃପକ୍ଷ । ଏପରି ଘଟଣା ସାମ୍ନାକୁ ଆସିଛି ଭଦ୍ରକ ତିହିଡିରେ ଥିବା ଏକ ଘରୋଇ ଆଇଟିଆଇରେ । ସୂଚନା ଅନୁଯାୟୀ ଭଦ୍ରକ ଜିଲ୍ଲା ତିହିଡି଼ ବଜାରରେ ଥିବା ଏକ ଘରୋଇ ଆଇଟିଆଇ କଲେଜରେ ଜଣେ ଛାତ୍ର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିବା ପରେ ରାଗିଂ ଅଭିଯୋଗ କରିଛନ୍ତି ପରିବାର ଲୋକ । ଏହି ରାଗିଂ ଫଳରେ ପ୍ରଥମ ବର୍ଷ ଇଲେକ୍ଟ୍ରି ବିଭାଗ ଛାତ୍ର ଆଶୁତୋଷ ମଲ୍ଲିକ ବିଷ ପିଇଦେଇଥିବା କୁହାଯାଉଛି । ଆଇଟିଆଇରୁ କଲେଜରୁ ଘରକୁ ଫେରିବା ପରେ ବାହାରକୁ ଆସି ବିଷ ପିଇ ଦେଇଥିଲେ । ତେବେ ରାସ୍ତାରେ ଅଚେତ ହୋଇ ପଡିବା ସହ ଗୁରୁତର ହେବାରୁ ପ୍ରଥମେ ତିହିଡି଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ଓ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ ପରେ ଏକ ଚିଠି ମିଳିଛି । ଯେଉଁ ଚିଠିଟି ଛାତ୍ରଙ୍କର ବୋଲି କୁହାଯାଉଛି । ସେ ମୋବାଇଲ ଚଳାଇ ନପାରିବା ଓ ଇଂଲିଶ ପଢି ନପାରିବାକୁ ନେଇ ସାଙ୍ଗମାନେ ମଜାକ କରିବା ସହ ଟାହି ଟାପରା କରାଯାଉଥିବା ଚିଠିରେ ଲେଖା ଯାଇଛି । ତେବେ ହାତ ଲେଖାଟି କାହାର ସେ ନେଇ ତଦନ୍ତ ଆରମ୍ଭ କରିଛି ପୋଲିସ । ତିହିଡି ପୋଲିସ ଘଟଣା ପରେ କଲେଜ କର୍ତ୍ତୃପକ୍ଷଙ୍କୁ ପଚରାଉଚରା ଆରମ୍ଭ କରିଛି । କିନ୍ତୁ କଲେଜର ମୁଖ୍ୟ ପରିଚାଳକଙ୍କ କହିବା କଥା ଯେ ତାଙ୍କ ଅନୁଷ୍ଠାନରେ ପୂର୍ବରୁ ସେମିତି କୌଣସି ଘଟଣା ଘଟି ନାହିଁ । ଘଟଣାକୁ ନେଇ କଲେଜ ତରଫରୁ ପୋଲିସକୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ ବୋଲି କହିଛନ୍ତି । ତିହିଡି ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ପୋଲିସ ତରଫରୁ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!