Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଜ୍‌ ରୁମ୍‌ରେ ଯୁବତୀଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
September 11, 2022
in Crime, State
ଲଜ୍‌ ରୁମ୍‌ରେ ଯୁବତୀଙ୍କ ଆତ୍ମହତ୍ୟା
23
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁଣି ଛାତ୍ରୀଙ୍କ ଆତ୍ମହତ୍ୟା। ପୁରୀ ବଡ଼ଶଙ୍ଖ ସ୍ଥିତ ଏଚ୍ ଆର ଲଜରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡିଛି। ଛାତ୍ରୀ ଜଣକ ନିଜ ହାତ କାଟି ଦେବା ସହ ବେକରେ ଓଢ଼ଣୀ ଲଗାଇ ପଙ୍ଖାରେ ଝୁଲି ପଡିଛନ୍ତି। ଆତ୍ମହତ୍ୟା କରିଥିବା ଯୁବତୀ ହେଲେ ଭୁବନେଶ୍ୱର ଗଙ୍ଗ ନଗର ଅଞ୍ଚଳର କଳ୍ପତରୁ ମହାନ୍ତିଙ୍କ ଝିଅ ପାୟଲ୍ ମହାନ୍ତି।‌ ତେବେ ଲଜ୍ ପକ୍ଷରୁ ଥାନାରେ ଅଭିଯୋଗ ପରେ କୁମ୍ଭାରପଡ଼ା ପୋଲିସ୍, ମାଜିଷ୍ଟ୍ରେଟ, ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତ ଛାତ୍ରୀଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିଛନ୍ତି। ଗତକାଲି ପାୟଲ ପରିବାର ଲୋକଙ୍କୁ କିଛି ନକହି ପୁରୀ ଆସିଥିଲେ । ବଡ଼ଶଙ୍ଖ ପାଖରେ ଥିବା ଏଚ୍ ଆର୍ ଲଜରେ ୫୦୦ ଟଙ୍କା ଦେଇ ରୁମ୍ ନେଇଥିଲେ। ସେପଟେ ପାଏଲଙ୍କ ପରିବାର ଲୋକେ ଝିଅକୁ ବହୁତ ଖୋଜାଖୋଜି କରିବା ପରେ ବାଧ୍ୟ ହୋଇ ଥାନାରେ ଅଭିଯୋଗ କରିଥିଲେ। ଆଜି ସକାଳୁ ତାଙ୍କ ଝିଅ ଆତ୍ମହତ୍ୟା କରିଥିବା ଖବର ପାଇ ପରିବାର ଲୋକେ ପୁରୀ ଆସିଥିଲେ। ତେବେ ଆତ୍ମହତ୍ୟା କରିବା ପୂର୍ବରୁ ପାୟଲ୍ ଏକ ଚିଠି ଲେଖିଥିଲେ। ସେଥିରେ ତାଙ୍କ ପରିବାରର ବାପା, ମା, ଭାଇ, ଭଉଣୀ ସମସ୍ତେ ଭଲ ଲୋକ ଲେଖିଥିବା ବେଳେ ଆତ୍ମହତ୍ୟାର କାରଣ କିନ୍ତୁ କିଛି ଲେଖିନଥିଲେ। ସେପଟେ ପାୟଲ ଗତକାଲି ଏକୁଟିଆ ଆସି ଲଜରେ ରୁମ୍ ଭଡା ନେଇ ରହିଥିବା ବେଳେ କେଉଁ କାରଣରୁ ଏଭଳି ଆତ୍ମହତ୍ୟା କରିଛନ୍ତି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପରିବାର ଲୋକେ କହିଛନ୍ତି ।‌ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!