Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାବୁଶାନ-ତୃପ୍ତି-ପ୍ରକୃତି ବିବାଦ: ଏତଲା ଉପରେ ସବିଶେଷ ତଥ୍ୟ ସଂଗ୍ରହ କରିବାକୁ ସରକାରୀ ଓକିଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ

by ସଞ୍ଜୟ ସ୍ୱାଇଁ
September 13, 2022
in Crime, State
ବାବୁଶାନ-ତୃପ୍ତି-ପ୍ରକୃତି ବିବାଦ: ଏତଲା ଉପରେ ସବିଶେଷ ତଥ୍ୟ ସଂଗ୍ରହ କରିବାକୁ ସରକାରୀ ଓକିଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ
33
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ପକ୍ଷରୁ ଅଭିନେତା ବାବୁଶାନଙ୍କ ପତ୍ନୀ ତୃପ୍ତି ଏବଂ ଶ୍ୱଶୁର ଲଳିତ ଶତପଥିଙ୍କ ବିରୋଧରେ ଦାୟର ଏତଲା ନେଲା ନୂଆ ମୋଡ଼। ଏତଲା ଉପରେ ସବିଶେଷ ତଥ୍ୟ ସଂଗ୍ରହ କରିବାକୁ ସରକାରୀ ଓକିଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଆଜି ଏହି ମାମଲାର ଶୁଣାଣି କରି କୋର୍ଟ ଉକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି। ଆସନ୍ତା ୨୯ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବା ନେଇ କୋର୍ଟ ଦିନ ଧାର୍ୟ୍ୟ କରିଛନ୍ତି। ଅଭିନେତା ବାବୁଶାନଙ୍କ ପତ୍ନୀ ଓ ତାଙ୍କ ଶ୍ୱଶୁର ପ୍ରକୃତି ମିଶ୍ରଙ୍କ ଉପରେ ଆକ୍ରମଣ କରିଥିବା ନେଇ ପ୍ରକୃତି ଖାରବେଳ ନଗର ଥାନାରେ ଏତଲା ଦେଇଥିଲେ। ତେବେ ପୁଲିସ ଏତଲା ଆଧାରରେ ଆବଶ୍ୟକୀୟ ଦଫା ଲଗାଇ ନ ଥିବା ଓ ତଦନ୍ତରେ ନିଷ୍କ୍ରିୟତା ଦେଖାଇଥିବା ପ୍ରକୃତି ଅଭିଯୋଗ କରି ହାଇକୋର୍ଟ ଯାଇଥିଲେ। କୋର୍ଟ ପ୍ରକୃତିଙ୍କ ଆବେଦନକୁ ଗ୍ରହଣ କରିବା ସହ ପୁଲିସ ଠାରୁ ତଥ୍ୟ ସଂଗ୍ରହ କରିବା ନିମନ୍ତେ ସରକାରୀ ଓକିଲଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ସୂଚନା ଥାଉକି, କିଛିମାସ ତଳେ ବାବୁଶାନ-ତୃପ୍ତିଙ୍କ ବୈବାହିତ ଜୀବନରେ ପ୍ରକୃତିଙ୍କ ଏଣ୍ଟ୍ରିକୁ ନେଇ ଝଡ଼ ସୃଷ୍ଟି ହୋଇଥିଲା। ଦାମ୍ପତ୍ୟ ଜୀବନରେ ପ୍ରକୃତିଙ୍କ ଏଣ୍ଟ୍ରିକୁ ନେଇ ବାରମ୍ବାର ତୃପ୍ତି ବିରୋଧ ସତ୍ତ୍ୱେ ବାବୁଶାନ ଶୁଣି ନ ଥିଲେ। ଯାହା ପରେ ତିନି ଜଣଙ୍କ କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!