Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲା: ମାସେ ପରେ ସୌମ୍ୟଙ୍କୁ ଡାକି ପଚରାଉଚରା କଲା ପୁଲିସ୍‌

by ସଞ୍ଜୟ ସ୍ୱାଇଁ
September 15, 2022
in Crime, State
ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲା: ମାସେ ପରେ ସୌମ୍ୟଙ୍କୁ ଡାକି ପଚରାଉଚରା କଲା ପୁଲିସ୍‌
60
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବହୁ ଚର୍ଚ୍ଚିତ ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାକୁ ମାସେ ପୂରିବାକୁ ବସିଛି। ହେଲେ ଏଯାଏ ଏହି ମାମଲାରେ ସେପରି କିଛି ଆଖିଦୃଶିଆ ପଦକ୍ଷେପ ନେଇ ନ ଥିବା ପୁଲିସ୍‌ ଏବେ କିନ୍ତୁ ହଠାତ୍‌ ଚଳଚଞ୍ଚଳ ହୋଇ ଉଠିଛି। ଶ୍ୱେତାଙ୍କ ମୃତ୍ୟୁ ପାଇଁ ପରିବାର ଲୋକେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଦାୟୀ କରି ତାଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଦାବି କରି ଆସୁଥିଲେ। ହେଲେ ଦୀର୍ଘ ଦିନ ପରେ ଏବେ ପୁଲିସ୍‌ର ସୌମ୍ୟଜିତଙ୍କ କଥା ମନେ ପଡ଼ିଥିବା ବେଳେ ତାଙ୍କୁ ଚନ୍ଦ୍ରଶେଖରପୁର ଥାନାକୁ ଡାକି ପଚରାଉଚରା କରାଯାଇଥିବା ଜଣାପଡ଼ିଛି। ଏହି ମାମମଲାରେ ପୁଲିସ ଚାର୍ଜସିଟ୍ ଦାଖଲ କରିବାକୁ ଯାଉଥିବାବେଳେ ଏହା ପୂର୍ବରୁ ସୌମ୍ୟଜିତଙ୍କୁ ପଚରାଉଚରା କରାଯାଇଥିବା ଅନୁମାନ କରାଯାଉଛି। ସୌମ୍ୟଜିତଙ୍କୁ ତଦନ୍ତ ପାଇଁ ପୁଲିସ ଡାକିଥିଲା ନା ଏହା ପଛରେ ଅନ୍ୟ କୌଣସି କାରଣ ରହିଛି ତାହା ଅସ୍ପଷ୍ଟ ରହିଛି । ସୌମ୍ୟଙ୍କୁ ପଚରାଉଚରା ନେଇ ପୁଲିସ କୌଣସି ସୂଚନା ଦେଇନାହିଁ । ସୌମ୍ୟଜିତଙ୍କ ସହ ତାଙ୍କ ବାପା ଓ ସମ୍ପର୍କୀୟ ଭାଇ ମଧ୍ୟ ଥାନାକୁ ଆସିଥିବା ଜଣାପଡିଛି । ଶ୍ୱେତା ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ସୌମ୍ୟଜିତଙ୍କ ବିରୋଧରେ ୩୦୬ ଦଫା ଲାଗିଥିବା ବେଳେ ତାଙ୍କୁ ଡାକି ପଚରାଉଚରା କରିବାରେ ପୁଲିସ୍‌କୁ କ’ଣ ପାଇଁ ମାସେ ଲାଗିଗଲା, ତାହା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅଗଷ୍ଟ ୧୯ ତାରିଖର ବିଳମ୍ବିତ ରାତିରେ ଶ୍ୱେତା ଆତ୍ମହତ୍ୟା କରିଥିଲେ। ଶ୍ୱେତାଙ୍କ କଲ୍‌ ଡିଟେଲ୍ସ ବାହାରିବା ପରେ ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ସେ ସୌମ୍ୟଙ୍କୁ ୧୫ ଥର କଲ୍ କରିଥିବା ବେଳେ ସୌମ୍ୟଜିତ୍ କିନ୍ତୁ ତାଙ୍କ ଫୋନ ଉଠାଇ ନ ନ ଥିବା ଜଣାପଡ଼ିଥିଲା। ଉଭୟଙ୍କ ବାର୍ତ୍ତାଳାପର ଅଡିଓ ଭାଇରାଲ ହେଉଥିବା ବେଳେ ସେଥିରେ ସୌମ୍ୟଜିତ ଶ୍ୱେତାଙ୍କୁ ଗାଳିଗୁଲଜ କରୁଥିବା ଶୁଣିବାକୁ ମିଳୁଛି। ଝିଅର ଅଚାନକ ମୃତ୍ୟୁରେ ଭାଙ୍ଗି ପଡ଼ିଥିବା ତାଙ୍କ ପରିବାର ଏଥିନିମନ୍ତେ ସୌମ୍ୟଜିତ ମହାପାତ୍ରଙ୍କୁ ଦାୟୀ କରିଥିଲେ। ଏନେଇ ଶ୍ୱେତାଙ୍କ ବାପା କହିଥିଲେ, ସୌମ୍ୟଜିତ ମୋ’ ଝିଅକୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରିଥିଲା। ସେ ମୋ ଝିଅକୁ ଶାରୀରିକ, ମାନସିକ ଓ ଆର୍ଥିକ ଭାବେ ଶୋଷଣ କରୁଥିଲା। ମୋ’ ଝିଅକୁ ନିର୍ୟାତନା ଦେଉଥିଲା, ତା’ ଫଟୋ ଭାଇରାଲ କରିଦେବାର ଧମକ ଦେଉଥିଲା। ନିର୍ୟାତନା ଅସହ୍ୟ ହେବାରୁ ମୋ ଝିଅ ଜୀବନ ହାରିଲା। ମୋ ଝିଅର ମରିବା ପାଇଁ କେବଳ ସୌମ୍ୟଜିତ ହିଁ ଦାୟୀ। ଏହାବାଦ ସୌମ୍ୟଙ୍କ ପ୍ରତି ଉଚିତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କୁ ଭିଡିଓ ଜରିଆରେ ଗୁହାରୀ କରିଥିଲେ ଶ୍ୱେତାଙ୍କ ମା’ । ସେ କହିଥିଲେ, ସୌମ୍ୟଜିତ ମୋ’ ଝିଅ ପ୍ରତି ବହୁତ ଅନ୍ୟାୟ କରିଛି। ତାକୁ ଉଚିତ ଦଣ୍ଡ ଦିଆଯାଉ । ହେଲେ ଏଯାଏ ଏହି ମାମଲାରେ ପୁଲିସ୍‌ କାହାକୁ ଗିରଫ କରି ନ ଥିବା ବେଳେ ମାମଲା ଧିରେ ଧିରେ ଫାଇଲ ତଳେ ଚାପି ହୋଇଯାଉଥିବା ଆଲୋଚନା ହେଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!