Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିଜମା ବିବାଦକୁ କେନ୍ଦ୍ରକରି ରଣକ୍ଷେତ୍ର ପାଲଟିଲା ଫାଣ୍ଡି ସମ୍ମୁଖ, ତିନି ଜଣ ଗୁରୁତର, ୩ଜଣ ଅଟକ

by ସଞ୍ଜୟ ସ୍ୱାଇଁ
September 15, 2022
in Crime, State
ଜମିଜମା ବିବାଦକୁ କେନ୍ଦ୍ରକରି ରଣକ୍ଷେତ୍ର ପାଲଟିଲା ଫାଣ୍ଡି ସମ୍ମୁଖ, ତିନି ଜଣ ଗୁରୁତର, ୩ଜଣ ଅଟକ
26
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ଫାଣ୍ଡି ଆଗରେ ହଣାକଟା। ଜମିଜମା ବିବାଦକୁ କେନ୍ଦ୍ରକରି ରଣକ୍ଷେତ୍ର ପାଲଟିଲା ଫାଣ୍ଡି ସମ୍ମୁଖ। ଗୋଷ୍ଠୀ ସଙ୍ଘର୍ଷରେ ୩ ଗୁରୁତର ହୋଇଥିବା ବେଳେ ୩ ଜଣଙ୍କୁ ଅଟକ ଅଛନ୍ତି। ବାଲେଶ୍ଵର ଜିଲ୍ଲା ବାହାନଗା ବ୍ଲକ ସାଉଡ ଫାଣ୍ଡି ସମ୍ମୁଖରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଖବର ଅନୁଯାୟୀ, ବାହାନଗା ବ୍ଲକ ଆରୁହା ଅଞ୍ଚଳର ଇଶ୍ଵର ସାହୁ ଓ ତାଙ୍କର ଦାଦା ପୁଅ ଭାଇମାନଙ୍କ ସହ ଜମିଜମା ବିବାଦ ଲାଗିରହିଥିଲା । ଏହି ବାବଦରେ ଇଶ୍ଵର ସାଉଡ ଫାଣ୍ଡିରେ ଏକ ଲିଖିତ ଅଭିଯୋଗ କରିଥିଲେ । ଫାଣ୍ଡି ଅଧିକାରୀ ଉକ୍ତ ଘଟଣାକୁ ନେଇ ଉଭୟ ପକ୍ଷଙ୍କୁ ନିଜର ପକ୍ଷ ରଖି ଘଟଣାର ସମାଧାନ ପାଇଁ ଡାକିଥିଲେ । କିନ୍ତୁ ଘଟଣାର କୌଣସି ସମାଧାନ ହୋଇପାରିନଥିଲା । ପରେ ଫାଣ୍ଡି ଆଗରେ ଇଶ୍ଵର ସାହୁଙ୍କ ଭାଇମାନଙ୍କୁ ତାଙ୍କର ଦାଦା ପୁଅ ଭାଇମାନେ ଅତର୍କିତ ଭାବେ ବିଭିନ୍ନ ମାରଣାସ୍ତ୍ର ଆକ୍ରମଣ କରିଥିଲେ । ଏହି ଗୋଷ୍ଠୀ ସଙ୍ଘର୍ଷରେ ୩ ଜଣ ଆହତ ହୋଇଥିଲେ । ସ୍ଥାନୀୟ ଲୋକ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ସୋର ଡାକ୍ତରଖାନାକୁ ଆଣିଥିଲେ। ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ୩ ଜଣ ଆକ୍ରମଣକାରୀଙ୍କୁ ପୋଲିସ ଅଟକ ରଖିଥିବା ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!