Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ ଛାତ୍ର ମୃତ୍ୟୁ ଘଟଣା, ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
September 20, 2022
in Crime, State
୨ ଛାତ୍ର ମୃତ୍ୟୁ ଘଟଣା, ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ
107
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ସ୍କୁଲ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ଅକାଳରେ ଝଡ଼ିଗଲେ ୨ ନୀରିହ ସ୍କୁଲ ଛାତ୍ର। ସେବାଶ୍ରମରେ ଥିବା ବେଳେ ଉପଯୁକ୍ତ ଚିକିତ୍ସା ନ ପାଇ ସେମାନେ ଆଖି ବୁଜିଲେ। ଏପରି ଅଭିଯୋଗରେ ମାଲକାନଗିରି ଜିଲ୍ଲାର କାଲିମେଳା ବ୍ଲକର କୋଲକୋଣ୍ଡା ସେବାଶ୍ରମର ପ୍ରଧାନଶିକ୍ଷୟିତ୍ରୀ ସାବିତ୍ରୀ ମଣ୍ଡଳଙ୍କୁ ନିଲମ୍ବନ କରାଯାଇଛି। ସୂଚନାଯୋଗ୍ୟ, କୋଲକୋଣ୍ଡା ସେବାଶ୍ରମରେ ରହୁଥିବା ଛାତ୍ରଙ୍କ ମଧ୍ୟରୁ ୨ ଜଣ ଗତ ମାସ ଥଣ୍ଡା, ଜ୍ୱରରେ ପୀଡ଼ିତ ହୋଇଥିଲେ। ହେଲେ ଉପଯୁକ୍ତ ଚିକିତ୍ସା ନ ପାଇବାରୁ ସେମାନଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏଥିନିମନ୍ତେ ସେମାନେ ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରିଥିଲେ। ଏନେଇ ତଦନ୍ତ ପରେ ଜିଲ୍ଲାପାଳ ବିଶାଲ ସିଂ ଏହି ସେବାଶ୍ରମର ପ୍ରଧାନ ଶିକ୍ଷୟତ୍ରୀ ସାବିତ୍ରୀ ମଣ୍ଡଳଙ୍କୁ ନିଳମ୍ବନ କରିଛନ୍ତି । ଏଥିସହ ତାଙ୍କୁ ଚିତ୍ରକୋଣ୍ଡା ସ୍କୁଲରେ ପ୍ରତିଦିନ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଏହି ସ୍କୁଲର ମେଟ୍ରୋନଙ୍କୁ କାହିଁକି ବହିଷ୍କୃତ କରାଯିବ ନାହିଁ ବୋଲି ନୋଟିସ ଦିଆଯାଇଛି। ଏହାବାଦ ସ୍କୁଲର ରୋଷେୟା ତଥା ଆଟାଣ୍ଡାଣ୍ଟ ଯୋଗୀ ମାଡକାମୀଙ୍କୁ ବହିଷ୍କୃତ କରାଯାଇଛି। ସେହିପରି ଡବ୍ଲ୍ୟୁଇଓ ଭରତ ଗୁରୁଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏହି ଘଟଣାକୁ ନେଇ ଜିଲ୍ଲାପାଳଙ୍କ ତନାଘନା ପରେ ସ୍କୁଲ କର୍ମଚାରୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!