Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋ ବସ୍‌ରେ ପୁଣି ମାତିଲେ ଲୁଟେରା

by ସଞ୍ଜୟ ସ୍ୱାଇଁ
September 22, 2022
in Crime, State
ମୋ ବସ୍‌ରେ ପୁଣି ମାତିଲେ ଲୁଟେରା
102
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗତକାଲି ରାଜଧାନୀ ଭୁବନେଶ୍ୱରରେ ‘ମୋ ବସ୍‌’ରୁ ଜଣେ ଯାତ୍ରୀଙ୍କ ଠାରୁ ୧୫ ହଜାର ଟଙ୍କା ଲୁଟ୍ ହୋଇଥିବା ବେଳେ ଆଜି ଦୁଇ ଜଣ ଛାତ୍ରୀଙ୍କ ମୋବାଇଲ୍ ଚୋରି ହୋଇଯାଇଛି। ଏହି ଘଟଣା ନେଇ ଛାତ୍ରୀ ଦ୍ୱୟ ଥାନାରେ ଅଭିଯୋଗ କରିଥିବା ବେଳେ ପୁଲିସ୍ ତଦନ୍ତ କରୁଛି। ରୁଟ୍ ନମ୍ବର ୧୬ରେ ଯାଉଥିବା ଏକ ମୋ ବସ୍‌ରେ ଆଜି ଦୁଇଟି ମୋବାଇଲ୍ ଲୁଟ୍ ହୋଇଛି। ଜଣେ ଛାତ୍ରୀ ରମାଦେବୀ ବିଶ୍ୱବିଦ୍ୟାଳୟ ନିକଟରୁ ଏହି ବସ୍‌ରେ ଚଢ଼ିଥିଲେ। ସେ ପଳାଶୁଣି ଯାଉଥିଲେ। ତେବେ ବାଟରେ ତାଙ୍କ ବ୍ୟାଗ୍‌ର ଚେନ୍ ଖୋଲି କେହି ମୋବାଇଲ୍ ନେଇ ଯାଇଥିଲେ। ସେହିପରି ଅନ୍ୟ ଜଣେ ଛାତ୍ରୀ ବାଣୀବିହାର ଛକରୁ ଏହି ବସ୍‌ରେ ଚଢ଼ିଥିଲେ। ସେ ବି ପଳାଶୁଣି ଯାଉଥିଲେ। ତେବେ ତାଙ୍କର ବି ମୋବାଇଲ୍ ଚୋରି ହୋଇଯାଇଥିଲା। ଗତକାଲି ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଜଣେ କ୍ୟାନସର ରୋଗୀ ଏକ ମୋ ବସ୍‌ରେ ଚଢ଼ିଥିଲେ। ସେ କଟକର ଏକ ଘରୋଇ ହସ୍‌ପିଟାଲ୍‌କୁ ଯାଉଥିଲେ। ତାଙ୍କ ପ୍ୟାଣ୍ଟ ପକେଟରେ ୧୫,୪୦୦ ଟଙ୍କା ଥିଲା। ଆଚାର୍ୟ୍ୟ ବିହାର ଛକରୁ ରସୁଲଗଡ଼ ଭିତରେ ତାଙ୍କ ଟଙ୍କା ଚୋରି ହୋଇଥିଲା। ସେ ବସ୍‌ର ଗାଇଡ୍‌ଙ୍କୁ ଏ ବିଷୟରେ କହିବା ପରେ ରସୁଲଗଡ଼ ଛକରେ ବସ୍‌ଟି ଅଟକିଥିଲା। ଗାଇଡ୍ ପୁଲିସ୍‌କୁ ସୂଚନା ଦେବା ସହିତ କୌଣସି ଯାତ୍ରୀଙ୍କୁ ଓହ୍ଲାଇବାକୁ ଅନୁମତି ଦେଇ ନଥିଲେ। ତେବେ ପିସିଆର୍‌ ଭ୍ୟାନ୍ ଯାତ୍ରୀଙ୍କୁ ଯାଞ୍ଚ କରିବା ବଦଳରେ ବସ୍‌ଟିକୁ ଗସ୍ତବ୍ୟ ସ୍ଥଳ ଅଭିମୁଖେ ଯାତ୍ରା କରିବାକୁ ଅନୁମତି ଦେଇଥିଲା। ଏହା ପୂର୍ବରୁ କିଛି କଲେଜ ଛାତ୍ର ମଧ୍ୟ ଲୁଟ୍‌ର ଶିକାର ହୋଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!