Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ପୁଣି ଜଣେ ବିବିଏ ଛାତ୍ରଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
September 25, 2022
in Crime, State
ରାଜଧାନୀରେ ପୁଣି ଜଣେ ବିବିଏ ଛାତ୍ରଙ୍କ ଆତ୍ମହତ୍ୟା
89
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା । ଭୁବନେଶ୍ୱରରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ମୃତ ଛାତ୍ରଙ୍କ ନାମ ମନୀଷ ସରକାର ବୋଲି ଜଣାପଡିଛି । ଏବେଯାଏଁ କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବିବିଏ ପାଠ୍ୟକ୍ରମର ଶେଷ ବର୍ଷର ଛାତ୍ର ଥିଲେ ମନୀଷ । ହେଲେ ରବିବାର ଦିନ ସେ ଆତ୍ମହତ୍ୟା କରିଥିବା ଖବର ଆସୁଛି । ତେବେ ସେ କଣ ପାଇଁ ଆତ୍ମହତ୍ୟା କଲେ । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ପୋଲିସ ତଦନ୍ତ ଏବଂ ପୋଷ୍ଟମର୍ଟମ ରିପୋର୍ଟ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ । ସୂଚନାଯୋଗ୍ୟ ଯେ, ଗତ କିଛି ମାସ ହେଲା ଭୁବନେଶ୍ୱରରେ ଏକାଧିକ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ନିକଟରେ ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା କରିଥିବା ବେଳେ ଭୁବନେଶ୍ୱର ଇନ୍‌ଫୋ ଭ୍ୟାଲି ଥାନା ଅଞ୍ଚଳରେ ଜଣ ଛାତ୍ର ଆତ୍ମହତ୍ୟା କରିଥିଲେ । ଏବେ ଯାଏଁ ଏହି ସବୁ ଘଟଣାରୁ ପରଦା ହଟିନଥିବା ବେଳେ ଆଉ ଏକ ଆତ୍ମହତ୍ୟା କେସ୍‌ ସାମ୍ନାକୁ ଆସିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!