ବୌଦ୍ଧ, (ବାଘୁଆବାର୍ତ୍ତା): ଜେଲ୍ରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ। ବୌଦ୍ଧ ଜିଲ୍ଲା ସ୍ଵତନ୍ତ୍ର ଉପ କାରାଗାରରେ ଏଭଳି ଘଟଣା ଘଟିଛି। ମୃତ କଏଦୀ ଜଣକ କଣ୍ଟାମାଳ ବ୍ଲକ୍ କଳରକୋଠା ଗ୍ରାମର ଅରକ୍ଷିତ ସାହୁ । ଗତକାଲି ରାତିରେ ଅରକ୍ଷିତଙ୍କ ସ୍ବାସ୍ଥ୍ୟାବସ୍ଥା ଅବନତି ହେବାରୁ ତାଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଅରକ୍ଷିତଙ୍କ ଶବ ବ୍ୟବଚ୍ଛେଦ ପାଇଁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ବୌଦ୍ଧ ସ୍ଵତନ୍ତ୍ର ଉପ କାରାଗାରରେ ବିଚାରାଧୀନ ଭାବେ ଥିବା କଣ୍ଟାମାଳ ବ୍ଲକ୍ କଲାରକୋଠା ଗ୍ରାମର ଯୁବକ ଅରକ୍ଷିତ ସାହୁଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍ ବିଗିଡି ଯାଇଥିଲା। ଫଳରେ ତାଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଆଣି ଭର୍ତି କରାଯାଇଥିଲା । ତେବେ ଡ଼ାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଏହା ଏକ ସ୍ଵାଭାବିକ ମୃତ୍ୟୁ ନା କେହି ତାଙ୍କୁ ହତ୍ୟା କରିଦେଇଛି ତାହା ଏବେ ସ୍ପଷ୍ଟ ହୋଇନାହିଁ । ସେପଟେ ଏ ସଂପର୍କରେ ଜେଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । ତେବେ ଏଠାରେ ପ୍ରଶ୍ନ ଉଠୁଛି ଅରକ୍ଷିତଙ୍କ ହତ୍ୟା କରାଯାଇ ନାହିଁ ତ । ଏହି ହତ୍ୟାରେ ଜେଲ କର୍ମଚାରୀ ସମ୍ପୃକ୍ତ ଅଛନ୍ତି କି । ନା କଏଦୀଙ୍କ ସହ ମାଡପିଟ ଯୋଗୁଁ ଏଭଳି ଘଟଣା ଘଟିଛି । ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି।





