Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କ ନାଁରେ ଯୌନ ନିର୍ୟାତନା ଅଭିଯୋଗ

by ସଞ୍ଜୟ ସ୍ୱାଇଁ
September 30, 2022
in Crime, State
ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କ ନାଁରେ ଯୌନ ନିର୍ୟାତନା ଅଭିଯୋଗ
19
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଲିଉଡ୍ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କ ନାଁରେ ଆସିଛି ସାଙ୍ଘାତିକ ଅଭିଯୋଗ। ଅଭିନେତ୍ରୀ କରାଇବା ଆଳରେ ଅକ୍ଷୟ ପରିଜା ଯୌନ ନିର୍ୟାତନା ଦେଉଥିବା ଜଣେ ଯୁବତୀ ଅଭିଯୋଗ କରିଛନ୍ତି। ଯୁବତୀଙ୍କ ଅଭିଯୋଗ ଅନୁସାରେ, ଅକ୍ଷୟ ପରିଜା ତାଙ୍କୁ ଅଭିନେତ୍ରୀ କରାଇବା ଆଳ ଦେଖାଇ ବର୍ଷେ ଧରି ତାଙ୍କ ସହ ଜୋରଜବରଦସ୍ତ ଭାବେ ଶାରୀରିକ ସମ୍ପର୍କ ରଖିଥିଲେ। ତାଙ୍କ ଅଶ୍ଲୀଳ ଫଟୋ ରଖି ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ। ସେ ଦଳିତ ଜାତିର ଝିଅ। ସେ ନୀଚ ଜାତିର ହୋଇଥିବାରୁ ତାଙ୍କୁ କେଉଁଠି କାମ ମିଳିବ ନାହିଁ ବୋଲି କହୁଥିଲେ। ସେ କହିଛନ୍ତି, ମୋର ଘର ଲୋକ ମୋ ବିବାହ ଠିକ୍ କରିବା ଖବର ଶୁଣିବା ପରେ ଅକ୍ଷୟ ପରିଜା ମୋତେ ଧମକ ଦେଉଥିଲେ। ମୁଁ ଆଉ କାହାକୁ ବିବାହ କଲେ ମୋତେ ସେ ଜୀବନରୁ ମାରି ଦେବାକୁ ଧମକ ଦେଉଥିଲେ। ମୋ ପରିବାରକୁ ଭୁବନେଶ୍ୱରରେ ରଖେଇ ଦେବେନି ବୋଲି ମଧ୍ୟ ଧମକ ଦେଉଥିଲେ। ଅଭିଯୋଗକାରିଣୀ ଯୁବତୀ ଜଣଙ୍କ ଲକ୍ଷ୍ମୀସାଗର ଥାନା ଭାରପ୍ରାପ୍ତ ଅଧିକାରୀଙ୍କୁ ଏକ ଅଭିଯୋଗ ପତ୍ର ଲେଖିଥିବା ଜଣାପଡ଼ିଛି। ହେଲେ ଏଫ୍‌ଆଇଆର୍‌ କପିଟି ଥାନାରେ ପଞ୍ଜୀକୃତ ହୋଇଛି କି ନାହିଁ ତାହା ଜଣାପଡ଼ି ନାହିଁ। ଏହା ସହିତ ଯୁବତୀଙ୍କ ସହ ଅକ୍ଷୟ ପରିଜାଙ୍କର କେତେକ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ମଧ୍ୟ ଲିକ୍‌ ହୋଇଛି। ତେବେ ଏସବୁ ଫଟୋ ସତ କି ଫଟୋଶପ୍‌ରେ ଏଡିଟ୍‌ ହୋଇଛି ତାହା ମଧ୍ୟ ତଦନ୍ତସାପେକ୍ଷ। ଅନ୍ୟପକ୍ଷରେ ଏହିତ ଘଟଣା ସମ୍ପର୍କରେ ଅକ୍ଷୟ ପରିଜାଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ। ଏହାସହ ପୁଲିସର ମଧ୍ୟ କୌଣସି ପ୍ରତିକ୍ରିୟା ମିଳିନାହିଁ। ତେବେ ଯୁବତୀ ଜଣଙ୍କ କାହିଁକି ବର୍ଷେ ହେଲା ଚୁପ ରହିଥିଲେ, କାହିଁକି ଏବେ ମୁହଁ ଖୋଲିଲେ ତାକୁ ନେଇ ସାଧାରଣରେ ଚର୍ଚ୍ଚା ଜୋର ଧରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!