ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପାର୍ବଣ ପୂର୍ବରୁ ରାଜଧାନୀର ରାଜରାସ୍ତାରେ ବୁଲିଲା ଖଣ୍ଡା । ଭରତପୁର ଥାନା ଅଞ୍ଚଳରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି । ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ଉଭୟ ପକ୍ଷରୁ ୫ ଜଣ ଆହାତ ହୋଇଛନ୍ତି । ଘଟଣା ସ୍ଥଳରେ ପୋଲିସ ପହଂଚି ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛି । ଦୂର୍ଗା ପୂଜା ପୂର୍ବରୁ ରାଜଧାନୀରେ ଏଭଳି ରାସ୍ତା ଉପରେ ଖଣ୍ଡା ଭୁଜାଲି, କ୍ରିକେଟ ବ୍ୟାଟ୍ ବୁଲିବା ପୋଲିସ କାର୍ୟ୍ୟ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି ।





