Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନାଲ ପାଖରେ ଝାଡ଼ା ବସିବାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟି ଜଣେ ମୃତ ୩ ଆହତ

by ସଞ୍ଜୟ ସ୍ୱାଇଁ
October 5, 2022
in Crime, State
କେନାଲ ପାଖରେ ଝାଡ଼ା ବସିବାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟି ଜଣେ ମୃତ ୩ ଆହତ
15
VIEWS
Share on FacebookShare on Twitter

ଖଡ଼ିଆଳ, (ବାଘୁଆବାର୍ତ୍ତା): କେନାଲ ପାଖରେ ଝାଡ଼ା ବସିବାକୁ ନେଇ ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଏନ୍‌ଏସିରେ ଘଟିଛି ଏହି ଘଟଣା। ମୃତ ବ୍ୟକ୍ତି ଜଣଙ୍କ ହେଲେ ପ୍ରଭାକର ଶବର। ତାଙ୍କ ଘର ଖଡ଼ିଆଳ ଏନ୍‌ଏସିର ପୁଟୁପଡ଼ାରେ। ଗତକାଲି ପୁଟୁପଡ଼ାର ଜଣେ ଯୁବକ କେନାଲ ପାଖରେ ଝାଡ଼ା ବସିଥିଲେ। ଏହାକୁ ନେଇ ପୁଟୁପଡ଼ାର କିଛି ଯୁବକଙ୍କ ସହ ସାହୁପଡ଼ାର କିଛି ଯୁବକଙ୍କର ବଚସା ହୋଇଥିଲା। ପରେ ଏହି ବଚସା ଉଗ୍ରରୂପ ନେଇଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ମାରପିଟ୍ ହୋଇଥିଲା। ଏହି ସମୟରେ ପ୍ରଭାକର ସେଠାରେ ପହଞ୍ଚି ଉଭୟ ଗୋଷ୍ଠୀର ଯୁବକଙ୍କୁ ବୁଝାଇବାକୁ ଚେଷ୍ଟା କରୁଥିଲେ। ହେଲେ ତାଙ୍କୁ କେହି ଜଣେ ଛୁରୀ ଭୁସି ଦେଇଥିଲା। ଘଟଣାସ୍ଥଳରେ ପ୍ରଭାକରଙ୍କର ମୃତ୍ୟୁ ଘଟିଥିଲା। ସେହିପରି ମାରପିଟରେ ଉଭୟ ଗୋଷ୍ଠୀର ୩ଜଣଙ୍କ ଗୁରୁତର ହୋଇଥିଲେ। ଆହତଙ୍କୁ ନୂଆପଡ଼ା ହସପିଟାଲରେ ଭର୍ତ୍ତି କରାଯାଇଛି। ଖଡ଼ିଆଳ ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଆଜି ସକାଳେ ପୁଟୁପଡ଼ା ଗ୍ରାମବାସୀ ନ୍ୟାୟ ଦାବିରେ ଖଡ଼ିଆଳ ଥାନା ଘେରାଉ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!