Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡି ନେତାଙ୍କ କାର୍‌ ଉପରକୁ ଦୁର୍ବୁତ୍ତଙ୍କ ବୋମାମାଡ଼

by ସଞ୍ଜୟ ସ୍ୱାଇଁ
October 18, 2022
in Crime, State
ବିଜେଡି ନେତାଙ୍କ କାର୍‌ ଉପରକୁ ଦୁର୍ବୁତ୍ତଙ୍କ ବୋମାମାଡ଼
70
VIEWS
Share on FacebookShare on Twitter

କାମାକ୍ଷାନଗର, (ବାଘୁଆବାର୍ତ୍ତା): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ମଢିସାହିରେ ଥିବା ପୂର୍ବତନ ଜିଲ୍ଲା ଯୁବ ବିଜେଡି ଉପସଭାପତି କାହ୍ନୁଚରଣ ସାହୁଙ୍କ କାର୍‌ ଉପରକୁ ଗତ ବିଳମ୍ବିତ ରାତିରେ ଦୁଇ ଜଣ ଦୁର୍ବୁତ୍ତ ବୋମାମାଡ଼ କରିଛନ୍ତି । ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଛି । ପ୍ରଥମେ ଦୁଇ ଜଣ ଯୁବକ ଗୋଟିଏ ବାଇକରେ ଆସି ଗୋଟିଏ ରାଉଣ୍ଡ ବୁଲି ସାରିବା ପରେ ଗାଡି ଉପରକୁ ୩ଟି ବୋମା ମାଡ଼ କରିଥିଲେ । ଏବେବି ଦୁଇଟି ବୋମା ଅଫୁଟା ପଡିଥିବା ଦେଖିବାକୁ ମିଳିଛି । ସମ୍ପୂର୍ଣ୍ଣ ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଛି । ଗତ ରାତିରେ ବୋମା ମାଡ଼ ହେବା ପରେ ସ୍ଥାନୀୟ ଅଞ୍ଚଳର ଲୋକମାନେ ଶବ୍ଦ ଶୁଣି ଘର ବାହାରକୁ ଆସିଥିଲେ । ଏପରିକି ନାଇଟ ପାଟ୍ରୋଲିଂରେ ଥିବା ପୁଲିସ ମଧ୍ୟ କାହ୍ନୁ ଚରଣ ସାହୁଙ୍କ ଘର ପାଖକୁ ଆସିଥିଲେ । ତେବେ କାହ୍ନୁଙ୍କର କୌଣସି ରାଜନୈତିକ କିମ୍ବା ବ୍ୟବସାୟିକ ଶତ୍ରୁ ନ ଥିବା ସେ ପ୍ରକାଶ କରିଛନ୍ତି । ଏ ନେଇ କାମାକ୍ଷାନଗର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି । ଏନେଇ କାହ୍ନୁଚରଣ କହିଛନ୍ତି, ଗତକାଲି ରାତି ପ୍ରାୟ ଗୋଟାଏ ପରେ ପୁଲିସ୍‌ ଘର ସାମନାରେ ପହଞ୍ଚି ବାହାରକୁ ଆସିବାକୁ କହିଲା। ବାହାରକୁ ଯିବାରୁ କାର୍‌କୁ ୩ରୁ ୪ଟି ବୋମାମାଡ଼ ହୋଇଛି। ୨ଟି ଅଫୁଟା ବୋମା ପଡ଼ିଛି। ୨ ଜଣ ହେଲମେଟ ପିନ୍ଧି ନମ୍ବର ପ୍ଲେଟ ନ ଥିବା ବାଇକ୍‌ରେ ଆସିଥିଲେ। ସେମାନେ ଘର ଚାରିପଟେ ୩,୪ ଥର ବୁଲିବା ସହ ବୋମା ମାଡ଼ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!