Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲେଶ୍ୱର ରେଳ ଷ୍ଟେସନ ନିକଟରୁ କୋଟିଏରୁ ଅଧିକ ଟଙ୍କାର ବ୍ରାଉନ୍‌ ସୁଗର ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
October 18, 2022
in Crime, State
ବାଲେଶ୍ୱର ରେଳ ଷ୍ଟେସନ ନିକଟରୁ କୋଟିଏରୁ ଅଧିକ ଟଙ୍କାର ବ୍ରାଉନ୍‌ ସୁଗର ଜବତ, ୨ ଗିରଫ
35
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବାଲେଶ୍ୱର ରେଳ ଷ୍ଟେସନ ନିକଟରୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ୧ କେଜି ୬୦ ଗ୍ରାମ ବ୍ରାଉନ୍‌ ସୁଗର ଜବତ କରିବା ସହିତ ୨ ଜଣଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଉଛନ୍ତି- ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ପୁଲିସ୍ ଲେନ୍ ପିଡବ୍ଲ୍ୟୁଡି କଲୋନୀର ଏସ୍‌କେ ରାଜୁ ଓ ଖପରପଡ଼ାର ଆମଜଦ ଖାନ। ଗୁଇନ୍ଦା ସୂଚନା ଆଧାରରେ ସୋମବାର ବାଲେଶ୍ୱର ପୁଲିସ୍ ସହିତ ମିଳିତ ଭାବେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ବାଲେଶ୍ୱର ରେଳ ଷ୍ଟେସନ ନିକଟରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଧରିବା ସହିତ ବ୍ରାଉନ୍‌ ସୁଗର ଜବତ କରିଥିଲା। ଜବତ ବ୍ରାଉନ୍‌ ସୁଗରର ଦାମ ୧ କୋଟି ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନଙ୍କ ଠାରୁ ଏକ ବାଇକ ଓ ଅନ୍ୟ କିଛି ସାମଗ୍ରୀ ଜବତ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌। ନିଶା କାରବାର ବିରୋଧରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ତା’ର ସ୍ୱତନ୍ତ୍ର ଅଭିଯାନ ଜାରି ରଖିଛି। ୨୦୨୦ରୁ ବର୍ତ୍ତମାନ ସୁଦ୍ଧା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ୬୦ କେଜିରୁ ଅଧିକ ବ୍ରାଉନ୍‌ ସୁଗର/ହେରୋଇନ, ୨୦୨ ଗ୍ରାମ କୋକେନ୍‌, ୧୧୧ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଓ ୭୫୦ ଗ୍ରାମ ଅଫିମ ଜବତ କରିଛି। ଏହି ସବୁ ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ୧୬୨ ଜଣଙ୍କୁ ଗିରଫ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!