Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରି ୫ଟି ଗାଡିକୁ ଜାଳି ଦେଇଛନ୍ତି ନକ୍ସଲ

by ସଞ୍ଜୟ ସ୍ୱାଇଁ
October 25, 2022
in Crime, State
ପୁଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରି ୫ଟି ଗାଡିକୁ ଜାଳି ଦେଇଛନ୍ତି ନକ୍ସଲ
76
VIEWS
Share on FacebookShare on Twitter

ବାଲିଗୁଡ଼ା, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲାରେ ନକ୍ସଲମାନେ ବର୍ବରକାଣ୍ଡ ଘଟାଇଛନ୍ତି। ପୁଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରିଥିବା ବେଳେ ଠିକା କମ୍ପାନୀର ୫ଟି ଗାଡିକୁ ଜାଳି ଦେଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ନୀଳକଣ୍ଠ ମଲିକ। ଗତକାଲି କିଛି ସଶସ୍ତ୍ର ନକ୍ସଲ ନୀଳକଣ୍ଠଙ୍କ ଘରକୁ ଆସି ତାଙ୍କୁ ଡାକି ନେଇଥିଲେ। ପରେ ତାଙ୍କର ଗଳାକାଟି ହତ୍ୟା କରିଥିଲେ। କେକେବିଏନ ସିପିଆଇ ନକ୍ସଲ ଡିଭିଜନାଲ କମିଟି ଏଭଳି କାଣ୍ଡ ଭିଆଇଥିବା ଜଣାପଡ଼ିଛି। ସେହିପରି ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତ ଜାର୍ଗୀ ନିକଟ ପିପାଲିରେ ରାସ୍ତା ନିର୍ମାଣ କରୁଥିବା ଏକ ଠିକା କମ୍ପାନୀର ୫ଟି ଗାଡିକୁ ନକ୍ସଲ ମାନେ ଜାଳି ଦେଇଛନ୍ତି। ନକ୍ସଲ ଠିକା କମ୍ପାନୀର ଜେସିବି, ଟ୍ରାକ୍ଟର ଓ ମିକ୍ଚର ମେସିନକୁ ଜାଳି ଦେବା ସହ ଧମକପୂର୍ଣ୍ଣ ବ୍ୟାନର ଓ ପୋଷ୍ଟର ଛାଡି ଯାଇଛନ୍ତି। ଗତ ୧୧ ତାରିଖରେ କୁନାସେଲ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମହିଳା ନକ୍ସଲଙ୍କ ମୃତ୍ୟୁ ଘଟିଥିଲା। ଯାହାକୁ ନକ୍ସଲମାନେ ବିରୋଧ କରିଛନ୍ତି। ଏଥିପାଇଁ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି। ଏହି ବନ୍ଦକୁ ସଫଳ କରିବାକୁ ପୋଷ୍ଟରରେ ଉଲ୍ଲେଖ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!