Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଟଦରହା ଜଙ୍ଗଲରେ ମାଓ କ୍ୟାମ୍ପ ଠାବ

by ସଞ୍ଜୟ ସ୍ୱାଇଁ
October 25, 2022
in Crime, State
ପାଟଦରହା ଜଙ୍ଗଲରେ ମାଓ କ୍ୟାମ୍ପ ଠାବ
56
VIEWS
Share on FacebookShare on Twitter

ନୂଆପଡ଼ା, (ବାଘୁଆବାର୍ତ୍ତା): ନୂଆପଡ଼ା ଜିଲ୍ଲା ବୋଡେନ ଥାନା ପାଟଦରହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀ ଓ ପୋଲିସ ମଧ୍ୟରେ ଦୁଇ ଥର ଗୁଳି ବିନିମୟ ହୋଇଛି । ଏସଓଜି, ଡିଭିଏଫ, ସିଆରପିଏଫଙ୍କୁ ମୁକାବିଲା କରିନପାରି ମାଓବାଦୀମାନେ ଛାତ୍ରଭଙ୍ଗ ଦେଇଛନ୍ତି । ସ୍ଥାନୀୟ ଅଞ୍ଚଳରେ ଯବାନମାନେ ସର୍ଚ୍ଚ ଅପରେସନ କରି ଏକ ମାଓ କ୍ୟାମ୍ପ ଠାବ କରି ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛନ୍ତି। ଗତ ୨୧ ତାରିଖରେ ପାଟଦରହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ରହିଥିବା ନେଇ ପୁଲିସକୁ ଗୁଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଏହାପରେ ଏସପି ପ୍ରତ୍ୟୁଷ ଦିବାକରଙ୍କ ନିର୍ଦ୍ଦେଶ କ୍ରମେ ପାଟଦରହା ସଂରକ୍ଷିତ ଜଙ୍ଗଲରେ ଏସଓଜି, ଡିଭିଏଫ ଓ ସିଆରପିଏଫ ଯବାନଙ୍କ ମିଳିତ ଟିମ୍ କମ୍ବିଂ ଅପରେସନ ଆରମ୍ଭ କରିଥିଲା । ୨୩ ତାରିଖ ପୂର୍ବାହ୍ନରେ ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ମାଓବାଦୀମାନେ ସୁରକ୍ଷାବାହିନୀକୁ ମୁକାବିଲା କରିନପାରି ଛତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। କ୍ୟାମ୍ପରୁ ଗୋଟିଏ ଆଇଡି, ୩ଟି ଡେଟୋନେଟର, ମାଓ ପୋଷାକ, ଔଷଧ ସହ ରୋଷେଇ ସାମଗ୍ରୀ ଜବତ କରାଯାଇଛି। ଏବେ ସମ୍ପୃକ୍ତ ଅଞ୍ଚଳରେ ମିଳିତ ଅପରେସନକୁ ଜୋରଦାର କରାଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ନୂଆପଡ଼ା ଏସପି ପ୍ରତ୍ୟୁଷ ଦିବାକର ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!