Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହକୁ କେନ୍ଦ୍ରକରି ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
October 26, 2022
in Crime, State
25
VIEWS
Share on FacebookShare on Twitter

ଉମରକୋଟ, (ବାଘୁଆବାର୍ତ୍ତା): ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା। ଘର ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର। ଉମରକୋଟ ପୌରପରିଷଦ ଅନ୍ତର୍ଗତ ୟୁଭି ୫୨ ନଂ ବଙ୍ଗୀୟ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି ସନ୍ତୋଷ ମଣ୍ଡଳ (୨୭ ବର୍ଷ)। ଏ ସମ୍ପର୍କରେ ସନ୍ତୋଷଙ୍କ ଦାଦା ଉମରକୋଟ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବ ଜବତ କରିଛି। ୟୁଭି ୫୨ ନଂ ବଙ୍ଗୀୟ ଗ୍ରାମରେ ପୂଜା ଥିବାରୁ ସନ୍ତୋଷ ୩ ଦିନ ତଳେ ସ୍ତ୍ରୀ ଓ ପୁଅକୁ ଆଣିବା ପାଇଁ ଶ୍ଵଶୁର ଘର ଝରିଗାଁ ବ୍ଲକ ଚାଟିଗୁଡା ଗ୍ରାମକୁ ଯାଇଥିଲେ। ହେଲେ ଶ୍ଵଶୁର ଘର ଲୋକ ସ୍ତ୍ରୀ ଓ ପୁଅକୁ ଛାଡି ନଥିଲେ। ସେଠାରୁ ଆସିବା ପରେ ସନ୍ତୋଷଙ୍କ ମନ ଭଲ ନଥିଲା। ସବୁବେଳେ ଦୁଃଖରେ ରହୁଥିଲେ। ଆଜି ସକାଳୁ ଘର ଭିତରୁ ସନ୍ତୋଷଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହି କାରଣ ଯୋଗୁଁ ସନ୍ତୋଷ ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି। ଏନେଇ ସନ୍ତୋଷଙ୍କ ଦାଦା ଉମରକୋଟ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବ ଜବତ କରିଛି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!