Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

by ସଞ୍ଜୟ ସ୍ୱାଇଁ
October 27, 2022
in Crime, State
ଜଣେ ନିଶାସକ୍ତ ଯୁବକ ସାମାନ୍ୟ ଘଟଣାକୁ କେନ୍ଦ୍ର କରି ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ୩ ଜଣଙ୍କୁ ହାଣି ପକାଇଛି
85
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା। ମୃତଦେହକୁ ଜଙ୍ଗଲରେ ଫିଙ୍ଗିଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଲେ ହତ୍ୟାକାରୀ। ସୁନ୍ଦରଗଡ଼ ଜିଲ୍ଲା ହେମଗିର ଥାନା ଅଧିନ ବଲିଙ୍ଗାଫାଣ୍ତି ଟପରିଆ ବଜାରପଡ଼ାରେ ଏଭଳି ଅଭାବନୀୟ ଘଟଣା ଘଟିଛି। ବୁଧବାର ସନ୍ଧ୍ୟା ୫ଟାରେ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କୁ ନିଜ ସମ୍ପର୍କୀୟମାନେ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଶବକୁ ଘୋଷାଡ଼ି ଘୋଷାଡ଼ି ଜଙ୍ଗଲରେ ଥିବା ଏକ ପୋଖରୀ ହିଡ଼ରେ ଫିଙ୍ଗିଦେଇଛନ୍ତି। ପାରିବାରିକ କଳହକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି। ତୁମୁଲିଆର କାମଦେବ ଧାନଗୁଣ (୭୦ ବର୍ଷ) ଦୀର୍ଘ ଦିନ ହେଲା ତାଙ୍କର ଶ୍ଵଶୁର ଘର ଟପରିଆରେ ରହି ଆସୁଥିଲେ। ବୁଧବାର ସନ୍ଧ୍ୟା ୫ଟାରେ କାମଦେବ ଶୋଇଥିବା ବେଳେ ତାଙ୍କର କିଛି ସମ୍ପର୍କୀୟ ଘରକୁ ଆସି ଗାଳିଗୁଲଜ କରିଥିଲେ। ଶେଷରେ ଏକ ଟାଙ୍ଗିଆରେ ତାଙ୍କୁ ହତ୍ୟା କରିଥିଲେ। ଏହାପରେ କାମଦେବଙ୍କ ଶବକୁ ଘୋଷାଡ଼ି ଘୋଷାଡ଼ି ଜଙ୍ଗଲରେ ଥିବା ଏକ ପୋଖରୀ ହିଡ଼ରେ ଫିଙ୍ଗିଦେଇ ସେଠାରୁ ଚମ୍ପଟ ମାରିଛନ୍ତି। ଘଟଣାସ୍ଥଳରେ ବଲିଙ୍ଗାଫାଣ୍ତି ଅଧିକାରୀ ପହଞ୍ଚି ଶବ ଜବତ କରିବା ସହିତ ଏକ ହତ୍ୟା ମାମଲା ରୁଜୁକରି ତଦନ୍ତ ଜାରି ରଖିଛି। ଆଜି ଶବ ବ୍ୟବଛେଦ କରାଯିବ ବୋଲି ସୂଚନା ମିଲିଛି। ତେବେ ଏଯାଏଁ ହତ୍ୟାକାରୀମାନଙ୍କ ଟେର୍ ପାଇନି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!