Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୁଣିଆ ସନ୍ଦେହରେ ମହିଳାଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
October 27, 2022
in Crime, State
ଗୁଣିଆ ସନ୍ଦେହରେ ମହିଳାଙ୍କୁ ହତ୍ୟା
50
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କବିସୂର‌୍ୟ୍ୟନନଗର ଥାନା ଅନ୍ତର୍ଗତ ବାଲିଛାଇ ଫାଣ୍ଡି ଅଧୀନ ମଧୁର ଝୋଳି ଗ୍ରାମରେ ଗୁଣି ସନ୍ଦେହରେ ଜଣେ ମହିଳାଙ୍କୁ ହତ୍ୟା । ଘରେ ପଶି ମହିଳାଙ୍କୁ ହତ୍ୟା କରାଯାଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ମଧୁର ଝୋଳି ଗ୍ରାମର ଯୁଧିଷ୍ଠିର ନାହାକଙ୍କ ପତ୍ନୀ ଝୁନୁ ନାହାକ (୫୫) । ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଥିବା ବ୍ୟକ୍ତି ହେଲେ ବିଷ୍ଣୁ ନାହାକ ଓ ରାଜେନ୍ଦ୍ର ନାହାକ। ଗୁରୁତର ୨ ଆହତଙ୍କୁ ତୁରନ୍ତ ଆସିକା ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କର ଅବସ୍ଥା ସ୍ଥିର ରହିଥିବା ଜଣାପଡିଛି। ଏହି ଘଟଣାରେ ପୋଲିସ ୯ ଜଣକୁ ଅଟକ ରଖି ପଚରାଉଚରା କରୁଥିବା ବେଳେ ଗ୍ରାମରେ ଚପା ଉତ୍ତେଜନା ଲାଗି ରହିଛି । ପୁରୁଷୋତ୍ତମପୁର ଏସଡିପିଓ ରଜନୀକାନ୍ତ ସାମଲଙ୍କ ନେତୃତ୍ୱରେ ୪ ଜଣ ଥାନା ଅଧିକାରୀ ଓ ୪ ପ୍ଲାଟୁନ ଫୋର୍ସ ମୁତୟନ ରହି ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖିଥିବା ଦେଖିବାକୁ ମିଳିଛି। ୨୬ ତାରିଖ ରାତିରେ ଗୁଣିଆ ସନ୍ଦେହରେ ଗ୍ରାମର ୩୦/୪୦ ଯୁବକ ମାରଣାସ୍ତ୍ର ଧରି ବିଷ୍ଣୁ ନାହାକ ଓ ରାଜେନ୍ଦ୍ର ନାହାକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ପରେ ଏମାନେ ଗ୍ରାମର ଯୁଧିଷ୍ଠିର ନାହାକଙ୍କ ଘରେ ବାରି ପଟୁ ପଶିଥିଲେ। ହେଲେ ସେତେବେଳେ ଘରେ କେବଳ ଝୁନୁ ନାହାକ ଏକାକୀ ଥିଲେ। ଆଉ ଉତ୍ତ୍ୟକ୍ତ ଲୋକେ ଝୁନୁଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ବେଳେ ଘଟଣାସ୍ଥଳରେ ହିଁ ଝୁନୁଙ୍କ ମୃତ୍ୟୁ ଘଟିଥିଲା। ଏ ସଂପର୍କରେ ଯୁଧିଷ୍ଠିର ନାହାକଙ୍କ ସୂଚନା ଆଧାରରେ ପୁଲିସ ମଧୁର ଝୋଳି ଗ୍ରାମର ୯ ଜଣକୁ ଉଠାଇ ନେଇ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି। ଅନ୍ୟ ପକ୍ଷରେ ଏବେବି ଏହି ଗ୍ରାମରେ ଉତ୍ତେଜନା ଲାଗି ରହିଥିବାରୁ ୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବା ଏସଡିପିଓ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!