Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶୀ ଓ ବିଦେଶୀ ମଦ ପେଟି ସହ ଟାଟା ଏସି ଗାଡି ଜବତ

by ସଞ୍ଜୟ ସ୍ୱାଇଁ
October 29, 2022
in Crime, State
ଦେଶୀ ଓ ବିଦେଶୀ ମଦ ପେଟି ସହ ଟାଟା ଏସି ଗାଡି ଜବତ
68
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଧାମନଗର ଉପନିର୍ବାଚନ ପୂର୍ବରୁ ଅବକାରୀ ବିଭାଗ ଓ ପୋଲିସକୁ ସଫଳତା । ଦେଶୀ ଓ ବିଦେଶୀ ମଦ ପେଟି ସହ ଟାଟା ଏସି ଗାଡି ଜବତ । ଘଟଣାରେ ତିନି ଜଣଙ୍କୁ ଗିରଫ କରାଯାଇଛି । ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକଙ୍କ ନେତୃତ୍ୱରେ ଧାମନଗର ଥାନା ଅନ୍ତର୍ଗତ ଭଗବାନପୁର, ପିରିଜିପୁର, କଲ୍ୟାଣୀ, ଚୂଡ଼ାକୁଟି ବଜାର ଅଞ୍ଚଳରେ ଚଢ଼ାଉ କରାଯାଇଥିଲା । ଏଥିରେ ଗୋଟିଏ ଟାଟା ଏସି ମାଲବାହୀ ଗାଡିରୁ ବିପୁଳ ପରିମାଣ ଲିଟର ବିଦେଶୀ ମଦ ଜବତ କରିବା ସହିତ ୪୦ ଲିଟର ଦେଶୀ ଏବଂ ଆସ୍କା ଫର୍ଟି ମଦ ଜବତ ହୋଇଛି । ଏହାସହ ଘଟଣାରେ ତିନି ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଧାମନଗର ଥାନା ଅନ୍ତର୍ଗତ ମିର୍ଜାପୁର ଗାଁର ଧ୍ରୁବଚରଣ ମହାରଣା, ଭଗବାନପୁର ଗାଁର ରମେଶ ବେହେରା ଓ ପିରିଜିପୁର ଗାଁର ଅନନ୍ତ ବେହେରା । ତେବେ ଜବତ ହୋଇଥିବା ମଦ ଓ ଗାଡିରୁ ଆନୁମାନିକ ମୂଲ୍ୟ ୩ ଲକ୍ଷରୁ ଅଧିକ ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ଚଢାଉରେ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଧାମନଗର ଥାନାର କର୍ମଚାରୀମାନେ ସାମିଲ ରହିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!