Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ ସହ ୨ ଲକ୍ଷ ଜରିମାନା

by ସଞ୍ଜୟ ସ୍ୱାଇଁ
October 29, 2022
in Crime, State
ନାବାଳିକା ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ ସହ ୨ ଲକ୍ଷ ଜରିମାନା
65
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ନାବାଳିକା ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଫୁଲବାଣୀ ଫାଷ୍ଟ ଟ୍ରାକ ପୋସ୍କୋ କୋର୍ଟ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୨ ଲକ୍ଷ ଟଙ୍କାର ଜରିମାନା ଲଗାଯାଇଛି। ଫାଷ୍ଟ ଟ୍ରାକ ପୋସ୍କୋ କୋର୍ଟର ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଜଣେ ୯ ବର୍ଷ ନାବାଳିକାକୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ୨୧ ଜଣ ସାକ୍ଷୀ, ଡ଼ାକ୍ତରୀ ରିପୋର୍ଟ ଏବଂ ସାଇଣ୍ଟିଫିକ୍ ରିପୋର୍ଟ ଆଧାରରେ ଅଭିଯୁକ୍ତ ଗଗନ ପ୍ରଧାନକୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ସଶ୍ରମ କାରାଦଣ୍ଡ ସହ ଦୁଇ ଲକ୍ଷ ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଭିଯୁକ୍ତକୁ ଅଧିକ ଦୁଇ ବର୍ଷ କାରାଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି। ତୃତୀୟ ଶ୍ରେଣୀ ପଢୁଥିବା ନାବାଳିକାଜଣକ ଗତ ୨୦୧୮ ସେପ୍ଟେମ୍ବର ୨୨ରେ ଦିନ ୨ଟା ବେଳେ ପଡ଼ିଆକୁ ଶୌଚ ଯାଇ ଫେରିବା ବେଳେ ଅଭିଯୁକ୍ତ ନାବାଳିକାର ପାଟିକୁ ଚାପି ଧରି ଅପହରଣ କରି ନିକଟସ୍ଥ ଭାଲିଆତୋଟାକୁ ନେଇ ଜୋର ଜବରଦସ୍ତି ଦୁଷ୍କର୍ମ କରିଥିଲା। ନାବାଳିକା ଯନ୍ତ୍ରଣାରେ ଚିତ୍କାର କରିବାରୁ ତା’ଛାତିକୁ କାମୁଡି,ବେକଚିପି ମାରି ସେଠାରେ ପକାଇ ଦେଇଥିଲା। ନାବାଳିକା ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକ ଏବଂ ଗ୍ରାମର ଲୋକମାନେ ମିଶି ସମ୍ପର୍କୀୟ ମାନଙ୍କୁ ପଚାରି ଖୋଜାଖୋଜି କରିଥିଲେ। କୌଣସି ଖୋଜଖବର ନମିଳିବାରୁ ନାବାଳିକାର ବାପା କୋଟଗଡ଼ ଥାନାରେ ଝିଅ ନିଖୋଜ ରିପୋର୍ଟ ଦେଇଥିଲେ। ଥାନାଧିକାରୀ କୋଟଗଡ଼ ଥାନା କେଶ୍ ନମ୍ବର ୪୩/୨୨ରେ ମାମଲା ରୁଜ୍ଜୁ କରି ଘଟଣା ର ତଦନ୍ତ କରୁ ଥିଲେ। ନାବାଳିକାଙ୍କ ବାପା ଓ ଗ୍ରାମବାସୀ ଖୋଜି ଖୋଜି ନିକଟସ୍ଥ ଭାଲିଆତୋଟାରେ ପହଞ୍ଚି ସେଠାରେ ଦେଖିବାକୁ ପାଇଲେ ଯେ ଅଭିଯୁକ୍ତ କାଦୁଅରେ ସର ସର ହୋଇ ଭାଲିଆତୋଟା ଆଡୁ ଆସୁଥିଲା। ପଚାରିବାରୁ ଟ୍ରାକ୍ଟର ଖରାପ ହେବାରୁ ମୁଁ ସେପଟୁ ଆସୁଛି କହି ଦଉଡି କି ପଳାଇଥିଲା କ୍ଷ ତାପରେ ନାବାଳିକା ପିତା ଓ ଗ୍ରାମବାସୀ ମାନେ ଅଭିଯୁକ୍ତଗଗନ ଆସୁଥିବା ରାସ୍ତା ଦେଇ ଆଗକୁ ଯାଇ ଖୋଜିବାରୁ ନାବାଳିକାର ମୃତ ଦେହ ଉଲଗ୍ନ ଅବସ୍ଥାରେ ପଡ଼ି ଥିବାର ଦେଖି ପାଇଥିଲେ। ଥାନାକୁ ଖବର ଦେବାରୁ ପୋଲିସ ଟିମ୍ ଘଟଣା ସ୍ଥଳ ରେ ପହଂଚି ମୃତ ଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ କ୍ଷ ନାବାଳିକା ଓ ଗ୍ରାମବାସୀଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଗଗନକୁ ଗିରଫ କରିଥିଲା। ଆଜି ଏହି ମାମଲାର ବିଚାର କରି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ନିୟମ ଅନୁସାରେ ମୃତକଙ୍କ ପରିବାରକୁ ପାଞ୍ଚ ଲକ୍ଷ କ୍ଷତିପୂରଣ ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୋକ୍ସୋ କୋର୍ଟ ସ୍ୱତନ୍ତ୍ର ପିପି ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ କ୍ଷ

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!