ଜଳେଶ୍ଵର, (ବାଘୁଆବାର୍ତ୍ତା): ବସ୍ତିରୁ ଯୁବକଙ୍କ ମୃତଦେହ ଉଦ୍ଧାର। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ରାଜପୁର ବସ୍ତିରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଜଳେଶ୍ଵର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକଙ୍କୁ କହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। ରାଜପୁର ବସ୍ତିରୁ ଆଜି ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ରାଜପୁର ଅଞ୍ଚଳର ବଜେନ୍ଦ୍ର ଘଡାଇଙ୍କ ପୁଅ ଚନ୍ଦନ ଘଡାଇ। ଖବର ପାଇ ଘଟଣାସ୍ଥଳରେ ଜଳେଶ୍ୱର ପୋଲିସ ପହଁଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଛି। ଶନିବାର ବିଳମ୍ବିତ ରାତିରେ ଚନ୍ଦନକୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ସତ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି।





