Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡକାୟତି ଓ ହତ୍ୟା ମାମଲାରେ ୨ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
November 2, 2022
in Crime, State
ଡକାୟତି ଓ ହତ୍ୟା ମାମଲାରେ ୨ ଅଭିଯୁକ୍ତ ଗିରଫ
95
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ବରୀ ଥାନା ଚଟୁମାରୀ ଗାଁରେ ହୋଇଥିବା ଡକାୟତି ଓ ହତ୍ୟା ମାମଲାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ପୋଲିସ ଚୋରି ସୁନା ଜବତ କରିଛି। ଏଥିରେ ସମ୍ପୃକ୍ତ ଅନ୍ୟ ୬ ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି। ସୂଚନା ମୁତାବକ, ଚଟୁମାରୀ ଗାଁର ବିଶ୍ୱରଞ୍ଜନ ବିଶ୍ବାଳଙ୍କ ଘରେ ଅକ୍ଟୋବର ୨୬ ବିଳମ୍ବିତ ରାତିରେ ଡକାୟତି ହୋଇଥିଲା। ଏହି ସମୟରେ ଡ଼କାୟତଙ୍କ ଆକ୍ରମଣରେ ବିଶ୍ୱରଞ୍ଜନଙ୍କ ମୃତ୍ୟୁ ହୋଇଥିଲା। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରିଥିଲା। ଯାଜପୁର ଏସପି ରାହୁଲ ପିଆରଙ୍କ ନିର୍ଦ୍ଦେଶରେ ଏକ ଟିମ ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଭଦ୍ରକର ବିଭିନ୍ନ ସ୍ଥାନରେ ଚଢ଼ଉ କରିଥିଲା। ଘଟଣାରେ ୮ ଅଭିଯୁକ୍ତ ସାମିଲ ଥିବା ବେଳେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ଠାରୁ ଚୋରି ସୁନା ହାର, ଚେନ, କାନ ଫୁଲ, ମୁଦି, ଲକେଟ ସହ ହତ୍ୟାରେ ବ୍ୟବହୃତ ଠେଙ୍ଗା ପୋଲିସ ଜବତ କରିଛି। ଡକାୟତମାନଙ୍କ ଠାରୁ ଚୋରି ସୁନା କିଣିବା ଅଭିଯୋଗରେ ମଧ୍ୟ ଜଣେ ଗିରଫ ହୋଇଛି। ଗିରଫ ଅଭିଯୁକ୍ତମାନେ ପଟ୍ଟାମୁଣ୍ଡାଇ ଓ ଡେରାବିଶ ଥାନା ଅଞ୍ଚଳର ବୋଲି ଜଣାପଡିଛି। ଏଥିରେ ସମ୍ପୃକ୍ତ ଅନ୍ୟ ୬ଜଣ ଶୀଘ୍ର ଗିରଫ ହେବେ ବୋଲି ଯାଜପୁର ଏସ୍ଡ଼ିପିଓ ସରୋଜ ଉପାଧ୍ୟାୟ ଜଣାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!