Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହରୁ ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ, ଅଭିଯୁକ୍ତ ସ୍ୱାମୀ ଗିରଫ

by ସଞ୍ଜୟ ସ୍ୱାଇଁ
November 5, 2022
in Crime, State
ପାରିବାରିକ କଳହରୁ ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ, ଅଭିଯୁକ୍ତ ସ୍ୱାମୀ ଗିରଫ
98
VIEWS
Share on FacebookShare on Twitter

ଜଳେଶ୍ୱର, (ବାଘୁଆବାର୍ତ୍ତା): ଜଳେଶ୍ୱର ଥାନା କୁବାଡିଆ ଗ୍ରାମର ଜଣେ ସ୍ୱାମୀ ତା’ର ସ୍ତ୍ରୀକୁ ବାଡ଼ିରେ ପିଟି ପିଟି ହତ୍ୟା କରିଛି । କୁବାଡିଆ ଗ୍ରାମର ଲାଖାଇ କିସ୍କୁ ଉକ୍ତ ଗ୍ରାମର ଦୁର୍ଗୀ କିସ୍କୁକୁ ବିବାହ କରିଥିଲେ । ତାଙ୍କର ଗୋଟିଏ ପୁଅ ଓ ଝିଅ ଥିଲାବେଳେ ଦୀର୍ଘ ଦିନ ଧରି ସ୍ୱାମୀ ସ୍ତ୍ରୀ ମଧ୍ୟରେ କଳହ ଲାଗି ରହିଥିଲା । ତେଣୁ ଗତ ଦୁର୍ଗାପୂଜାଠାରୁ ସ୍ତ୍ରୀ ଦୁର୍ଗୀ ନିଜର ବାପ ଘରେ ଆସି ରହୁଥିଲେ। ତେବେ ଗତକାଲି ସନ୍ଧ୍ୟା ସମୟରେ କୌଣସି ଏକ କଥାକୁ କେନ୍ଦ୍ର କରି ସ୍ୱାମୀ ଲାଖାଇ ଦୁଇ ଖଣ୍ଡ ବାଉଁଶରେ ଦୁର୍ଗୀକୁ ନିସ୍ତୁକ ମାଡ଼ ମାରିଥିଲା । ପରେ ତାକୁ ତା’ର ବାପାଙ୍କ ଘରକୁ ନିଆଯାଇଥିଲା। ମାତ୍ର ବିଳମ୍ବିତ ରାତିରେ ସ୍ତ୍ରୀ ଦୁର୍ଗୀର ମୃତ୍ୟୁ ଘଟିଥିଲା । ଗାଁ ଲୋକ ଜାଣିପାରି ଶୁକ୍ରବାର ସକାଳ ସମୟରେ ଜଳେଶ୍ୱର ଥାନାକୁ ଖବର ଦେଇଥିଲେ । ଖବରପାଇ ଜଳେଶ୍ୱର ଥାନା ଆଇଆଇସି ରୋଜଳୀନ ବେହେରା ସଦଳବଳେ ଘଟଣାସ୍ଥଳରେ ପହଁଚି ସ୍ୱାମୀ ଲାଖାଇକୁ ଗିରଫ କରିବା ସହ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ତଦନ୍ତ ଜାରୀ ରଖିଛି । ମାତ୍ର ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀର ଜୀବନ ଗଲା ବୋଲି ଗ୍ରାମବାସୀଙ୍କ ମଧ୍ୟରେ ଚର୍ଚ୍ଚା ଚାଲିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!