Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଟିଏମ୍ ଲୁଟ୍ ମାମଲାରେ ଗିରଫ ହୋଇଥିବା ବିଚରାଧୀନ କଏଦୀଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
November 6, 2022
in Crime, State
ଏଟିଏମ୍ ଲୁଟ୍ ମାମଲାରେ ଗିରଫ ହୋଇଥିବା ବିଚରାଧୀନ କଏଦୀଙ୍କ ମୃତ୍ୟୁ
67
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ବିଚାରଧୀନ କଏଦୀଙ୍କ ମୃତ୍ୟୁ । ମୃତକ ଏକ ଏଟିଏମ ଲୁଟ୍ ମାମଲାରେ ଗିରଫ ହୋଇଥିଲେ। ତାଙ୍କ ନାମ ନିରଞ୍ଜନ ପାଣି ଓରଫ୍ ନିର ବୋଲି ଜଣାପଡିଛି । ଘର ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ଅଲବଗା ଗାଁରେ ବୋଲି ଜଣାପଡିଛି । ଅକ୍ଟୋବର ମାସ ୩ ତାରିଖ ଦିନ ବରପଦା ଶ୍ରୀରାମଚନ୍ଦ୍ରପୁର ମେଡିକାଲ ସମ୍ମୁଖରେ ଥିବା ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍ ହୋଇଥିଲା । ବିଳମ୍ବିତ ରାତିରେ ଲୁଟେରାମାନେ ଏଟିଏମ୍ ମେସିନ୍ ରହିଥିବା ଘରର ପଛ କାନ୍ଥର ପଥର ତାଡି ଘରଭିତରେ ପ୍ରବେଶ କରିଥିଲେ । ପରେ ଗ୍ୟାସ୍ କଟର ସାହାଯ୍ୟରେ ମେସିନ୍ କାଟିଥିଲେ ଏବଂ ୨୨ ଲକ୍ଷ ୧୭ ହଜାର ୯ ଶହ ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ । ଏହି ଘଟଣାର ତଦନ୍ତ କରି ଗଁଦିଆ ପୁଲିସ୍ ଗତ ୨୭ ତାରିଖରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ତନ୍ମଧ୍ୟରେ ନିରଞ୍ଜନ ସାମିଲ ଥିଲେ । ତାଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଥିଲା । ସେ ବିଚାରଧୀନ କଏଦୀ ଭାବେ ସଜା କାଟୁଥିଲେ । ଶରୀର ଅସୁସ୍ଥତା କାରଣରୁ ଗତ ୩୧ ତାରିଖରେ ତାଙ୍କୁ ଢେଙ୍କାନାଳ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା କରୁଥିବା ଡାକ୍ତର ୩ ତାରିଖରେ ତାଙ୍କୁ କଟକ ସ୍ଥାନାନ୍ତର କରିଥିଲେ । ଶନିବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜେଲ୍ ସୂତ୍ରରୁ ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!