Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହିତାଧିକାରୀଙ୍କୁ ୫ କେଜି ଚାଉଳ, ୧ କେଜି ହରଡ଼ ଡାଲି

by ସଞ୍ଜୟ ସ୍ୱାଇଁ
April 11, 2020
in State
ହିତାଧିକାରୀଙ୍କୁ ୫ କେଜି ଚାଉଳ, ୧ କେଜି ହରଡ଼ ଡାଲି
25
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ଓଡ଼ିଶା ସମେତ ସାରା ଦେଶରେ ଲକ୍‌ ଡାଉନ୍‌ ଜାରି କରାଯାଇଥିବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଭୁକ୍ତ ହିତାଧିକାରୀମାନଙ୍କୁ ମାସକୁ ମୁଣ୍ଡପିଛା ୫ କେଜି ଲେଖାଏଁ ଚାଉଳ ବିନାମୂଲ୍ୟରେ ତିନି ମାସ ପାଇଁ ଦିଆଯିବ । ଅପ୍ରେଲ୍‌, ମଇ ଓ ଜୁନ୍‌ ମାସ ପାଇଁ ଏହି ଚାଉଳ ବଣ୍ଟନ କରାଯିବ । ଚାଉଳ ବଣ୍ଟନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଆଜି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସୁଲଭ ମୂଲ୍ୟ ଦୋକାନ ମାଧ୍ୟମରେ ହିତାଧିକାରୀଙ୍କୁ ଏହି ତିନି ମାସର ଚାଉଳ ସହିତ ପରିବାର ପିଛା ମାସକୁ ୧ କେଜି ହରଡ଼ ଡାଲି ୩ ମାସ ପାଇଁ ବିନାମୂଲ୍ୟରେ ଯୋଗାଇଦେବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି । ଏଥି ନିମନ୍ତେ ତୁରନ୍ତ ଚାଉଳ ଓ ଡାଲି ଉଠାଣ ଓ ପରିବହନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହି ଯୋଜନାରେ ରାଜ୍ୟର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ୧ ଲକ୍ଷ ୧୬ ହଜାର ୭ ପରିବାରର ୩ ଲକ୍ଷ ୭୮ ହଜାର ୮୨୯ ଜଣ ହିତାଧିକାରୀ ଉପକୃତ ହେବେ । ସେହିପରି ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଭୁକ୍ତ ୮୦ ଲକ୍ଷ ୨୬ ହଜାର ୩୭୫ଟି ପରିବାରର ୨ କୋଟି ୮୬ ଲକ୍ଷ ୬ ହଜାର ୨୩୯ ଜଣ ହିତାଧିକାରୀ ଏବଂ ଅନ୍ତଦ୍ୟୋୟ ଅନ୍ନ ଯୋଜନାର ୧୨ ଲକ୍ଷ ୫୯ ହଜାର ୧୮୧ଟି ପରିବାରର ୩୮ ଲକ୍ଷ ୬୪ ହଜାର ୨୬୦ ଜଣ ହିତାଧିକାରୀ ଉପକୃତ ହେବେ । ହିତାଧିକାରୀଙ୍କୁ ମାସକୁ ମୁଣ୍ଡପିଛା ୫ କେଜି ଲେଖାଏଁ ଚାଉଳ ତିନି ମାସ ପାଇଁ ବିନା ମୂଲ୍ୟରେ ଯୋଗାଇ ଦିଆଯିବ । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ପକ୍ଷରୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଯୋଗ୍ୟ ରାସନକାର୍ଡଧାରୀମାନଙ୍କୁ ୩ ମାସ ପାଇଁ ଯୋଗାଇ ଦିଆଯାଉଥିବା ଚାଉଳ ସହିତ ଅତିରିକ୍ତ ଭାବେ ଏହି ଚାଉଳ ଓ ଡାଲି ମାଗଣାରେ ଦିଆଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!