Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଉସାଙ୍କୁ ହତ୍ୟା କଲା ପୁତୁରା

by ସଞ୍ଜୟ ସ୍ୱାଇଁ
November 11, 2022
in Crime, State
Pakistan Security Forces Kill TTP Commander In Tribal Region Along Afghan Border
39
VIEWS
Share on FacebookShare on Twitter

ବଣାଇ, (ବାଘୁଆବାର୍ତ୍ତା): ମଉସାଙ୍କୁ ଶିଳପୁଆରେ ଛେଚି ହତ୍ୟା କଲା ପୁତୁରା! ଏପରି ବୀଭତ୍ସ ହତ୍ୟାକାଣ୍ଡ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦପୋଷ ଥାନା ଅଞ୍ଚଳରେ ଘଟିଛି। ଅଭିଯୋଗକୁ ଭିତ୍ତିକରି ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତ ପୁତୁରାଙ୍କୁ ଗିରଫ କରି ଘଟଣାର ତଦନ୍ତ ଚଳାଇଛି। ଗୁରୁବାର ଚାନ୍ଦିପୋଷ ଥାନାର ହାତୀ ଆଡା ଗାଁର ଜୁହୁରୁ ମାଝି ସାମୁହିକ କାର୍ୟ୍ୟରେ ଯୋଗଦେବାକୁ ଯାଇଥିଲେ। ବିଳମ୍ୱିତ ରାତିରେ ସେ ଚାଲି ଚାଲି ଘରକୁ ଫେରୁଥିଲେ। ରାତିର ଅନ୍ଧକାରରେ ମଉସା ଜୁହୁରୁଙ୍କୁ ଦେଖି ପୁତୁରା ବିଜୟ ବାଗେତା ଗାଳି ଦେଇଥିଲା। ଏହା ଜବାବ ମଧ୍ୟ ଦେଇଥିଲେ ଜୁହୁରୁ ମାଝି। ପରେ ଉଭୟଙ୍କ ଭିତରେ ଆରମ୍ଭ ହୋଇଥିବା ପାଟିତୁଣ୍ଡ ଉଗ୍ର ରୂପ ଧାରଣ କରିଥିଲା। ଏହା ପରେ ଜୁହୁରୁଙ୍କୁ ବିଜୟ ଏକ ଶିଳପୁଆରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଆଜି ସକାଳେ ଗାଁ ଦାଣ୍ଡରେ ରକ୍ତାକ୍ତ ମୃତଦେହ ପଡ଼ିଥିବା ଲୋକେ ଦେଖିବାକୁ ପାଇଲେ। ପରେ ଚାନ୍ଦିପୋଷ ଥାନାକୁ ଖବର ଦେଇଥିଲେ। ପୁଲିସ ଗାଁରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି। ହତ୍ୟା ଅଭିଯୋଗରେ ବିଜୟକୁ ଗିରଫ କରିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ମଉସା ଓ ପୁତୁରାଙ୍କ ଭିତରେ ଜମିବାଡ଼ି ବିବାଦକୁ ନେଇ ଅନେକ ସମୟରେ କଳି ଲାଗୁଥିଲା। ଗୁରୁବାର ରାତିରେ ଏହା ଉଗ୍ରରୂପ ଧାରଣ କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!