Tuesday, November 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଈଜିପ୍ଟରେ ଭୟଙ୍କର ସଡ଼କ ଦୁର୍ଘଟଣା, ୨୨ ମୃତ

by ସଞ୍ଜୟ ସ୍ୱାଇଁ
November 13, 2022
in Accident, WORLD
ଈଜିପ୍ଟରେ ଭୟଙ୍କର ସଡ଼କ ଦୁର୍ଘଟଣା, ୨୨ ମୃତ
93
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଈଜିପ୍ଟରେ ଭୟଙ୍କର ସଡ଼କ ଦୁର୍ଘଟଣା । ବସ୍ ଦୁର୍ଘଟଣାରେ ୨୨ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ଅନେକ ଗୁରୁତର ଭାବେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ କେନାଲରେ ପଡ଼ିଯିବାରୁ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଈଜିପ୍ଟ ସରକାର ଘଟଣାରେ ଶୋକ ପ୍ରକାଶ କରିବା ସହିତ ସମବେଦନା ଜଣାଇଛନ୍ତି । ଏହା ସହିତ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଈଜିପ୍ଟର ଉତ୍ତର ଦକାହିଲିଆ ପ୍ରାନ୍ତରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ କେନାଲରେ ପଡ଼ିଯାଇଥିଲା । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୨୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି । ଆହତଙ୍କୁ ପୋଲିସ ଓ ସ୍ଥାନୀୟ ଲୋକ ଉଦ୍ଧାର କରି ନିକଟସ୍ଥ ହସପିଟାଲରେ ଭର୍ତ୍ତି କରିଛନ୍ତି । ଦୁଇଟି ମେଡିକାଲରେ ଆହତଙ୍କ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିବା ଈଜିପ୍ଟ ସ୍ବାସ୍ଥ୍ୟବିଭାଗ ସୂଚନା ଦେଇଛି । ରିପୋର୍ଟ ଅନୁଯାୟୀ, ବସ୍‌ଟି ୪୬ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଉତ୍ତର ଦକାହିଲିଆ ଯାଉଥିଲା । ଭାରସାମ୍ୟ ହରାଇ ଦୁର୍ଘଟଣା ହେବାରୁ ୨୨ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୬ଜଣ ମହିଳା ରହିଥିବା ବେଳେ ୩ଜଣ ଛୋଟ ପିଲା ମଧ୍ୟ ରହିଥିବା ଜଣାପଡ଼ିଛି । ଘଟଣାକୁ ନେଇ ଈଜିପ୍ଟ ସରକାର ଦୁଃଖ ପ୍ରକାଶ କରିବା ସହିତ ସମବେଦନା ଜଣାଇଛନ୍ତି । ଏହା ସହିତ ଅନୁକମ୍ପା ରାଶି ମଧ୍ୟ ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ଏକ ଲକ୍ଷ ଈଜିପ୍ଟ ପାଉଣ୍ଡ, ଗୁରୁତରଙ୍କୁ ୨୫ହଜାର ଓ ଆହତଙ୍କୁ ୫ହାଜର ପାଉଣ୍ଡ ଘୋଷଣା କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!