Tuesday, November 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରସାୟନିକ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଚାଲିଗଲା ୩୬ ଜୀବନ

by ସଞ୍ଜୟ ସ୍ୱାଇଁ
November 22, 2022
in WORLD
ରସାୟନିକ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଚାଲିଗଲା ୩୬ ଜୀବନ
81
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଚୀନରେ ଭୟଙ୍କର ଅଗ୍ନିକାଣ୍ଡ । ଚୀନର ହେନାନ ପ୍ରାନ୍ତରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି । ଏକ କାରଖାନାରେ ନିଆଁ ଲାଗିବା ଯୋଗୁ ପ୍ରାୟ ୩୬ଜଣଙ୍କ ମୃତ୍ୟୁ ହୋଇଛି । ଭୟାବହ ଅଗ୍ନିକାଣ୍ଡରେ ୨ଜଣ ଆହତ ହୋଇଥିବାବେଳେ ୨ଜଣ ନିଖୋଜ ରହିଛନ୍ତି । ଅଗ୍ନିଶମ ବାହିନୀ ୪ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଛି । ଚୀନ୍ ମିଡିଆ ରିପୋର୍ଟ ଅନୁଯାୟୀ, ହେନାନର ଓ୍ବେନଫାଙ୍ଗ ଜିଲ୍ଲାରେ ଏହି ଅଗ୍ନିକାଣ୍ଡ ଘଟିଛି । ସୋମବାର ଏକ ରସାୟନିକ ଉଦ୍ୟୋଗ କମ୍ପାନୀରେ ନିଆଁ ଲାଗିଥିଲା । କ୍ଷଣକ ମଧ୍ୟ ପୂରା ଫ୍ୟାକ୍ଟ୍ରି ନିଆଁର ଆଁ ମଧ୍ୟକୁ ଆସିଯାଇଥିଲା । ଖବର ପାଇ ୬୦ଟି ଦମକଳ ବାହିନୀ ୪ଘଣ୍ଟାର କଠିନ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିଲା । ନିଆଁ ଲାଗିବା ସମୟରେ କାରଖାନା ଭିତରେ ପ୍ରାୟ ୨୦୦ରୁ ଅଧିକ କର୍ମଚାରୀ ଥିଲେ । ଏମାନଙ୍କ ମଧ୍ୟରୁ ୩୬ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ୨ଜଣ ଏବେବି ନିଖୋଜଥିବା ଜଣାପଡ଼ିଛି । ୨୦୧୫ ମସିହାରେ ମଧ୍ୟ ଚୀନରେ ଏଭଳି ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ତିଆଁଜିନ୍‌ର ରସାୟନିକ ଫ୍ୟାକ୍ଟ୍ରିରେ ନିଆଁ ଲାଗିଥିଲା । କାରଖାନାରେ ବିସ୍ଫୋରଣ ହେବା ଫଳରେ ୧୭୩ଙ୍କ ମୃତ୍ୟୁ ହୋଇଥିଲା । ମୃତକଙ୍କ ମଧ୍ୟରେ ଅନେକ ଅଗ୍ନିଶମ ଓ ପୋଲିସ କର୍ମଚାରୀ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!