Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡ

by ସଞ୍ଜୟ ସ୍ୱାଇଁ
November 22, 2022
in Crime, State
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡ
72
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ଅତିରିକ୍ତ ଜିଲ୍ଲା ତଥା ଦୌରା ଜଜ୍ ଶ୍ରୀ ଆଶିଶ କୁମାର ତ୍ରିପାଠୀ ଏକ ହତ୍ୟା ମାମଲାର ବିଚାର କରି ବାସୁଦେବପୁର ଥାନା ଅନ୍ତର୍ଗତ ବିଷ୍ଣୁ ବିନ୍ଧା ଗ୍ରାମର ଅଗଣୀ ବେହେରାଙ୍କ ପୁତ୍ର ମଧୂସୁଦନ ବେହେରା (୪୫)କୁ ପିଙ୍ଗଳ କୋଡର ଦଫା ୩୦୨ରେ ଆଜୀବନ ଜେଲ ଦଣ୍ଡ ଓ ୫ ହଜାର ଟଙ୍କା ଜୋରିମାନା ଓ ଅନାଦେୟ ପୁଣି ୩ ମାସ ସଶ୍ରମ କାରାଦଣ୍ଡ , ୪୯୮(କ)ରେ ୩ ବର୍ଷ କାରାଦଣ୍ଡ ଓ ୩ ହଜାର ଟଂକା ଓ ଅନାଦେୟ ପୁଣି ୩ ମାସ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ତେବେ ଆଇନ ଅନୁଯାୟି ସର୍ବୋଚ୍ଚ ଦଣ୍ଡ ଆଜୀବନ ଜେଲ ହୋଇ ଥିବାରୁ ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡ ଭୋଗିବେ। ବିବରଣି ଅନୁଯାୟି ମଧୂସୁଦନ ସିମୁଳିଆ ଥାନା ଅନ୍ତର୍ଗତ ଘଇଁସିବାଟି ଗ୍ରାମର ପଞ୍ଚାନନ ଲେଙ୍କାଙ୍କ କନ୍ୟା ଖୁଲାଣାକୁ ବିବାହ କରିଥିଲେ। ବିବାହ ପରେ ୨ ଗୋଟି ପିଲାର ବାପା ମଧୁସୂଦନ ନିଜର ପତ୍ନୀକୁ ଅଧିକ ଯୌରୁକ ଦାବି କରି ନିଜ ମାତା ନାଣ୍ଡି ପ୍ରରୋଚନାରେ ପଡି ନିର୍ୟ୍ୟାତନା ଦେଇ ଆସୁଥିଲା।ଉଭୟ ସ୍ବାମୀ ସ୍ତ୍ରୀ ଗତ ୨୦୧୬ ମସିହା ଫେବୃଆରି ୧୨ ତାରିଖରେ ନିଜ ବେଡ ରୁମରେ ରାତିରେ ଶୋଇଥିବା ସମୟେ ସ୍ବାମୀ ମଧୂସୁଦନ ଖୁଲଣାକୁ ଏକ ଧାରୁଆ କତାରେ ହାଣି ଜୀବନରୁ ମାରି ଦେଇଥିବାର ଅଭିଯୋଗ କରି ଖୁଲଣାର ଭାଇ ମନ୍ମଥ ତା ପରଦିନ ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗ କ୍ରମେ ବାସୁଦେବପୁର ଥାନା କେସ ନଂ-୪୨/୧୬ ଦଫା-୪୯୮(କ),୩୦୨,୪୦୬ ରେ ଏକ ମାମଲା ରୁଜୁ କରି ମଧୂସୂଦନକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।ମଧୂସୂଦନ ବିଚାରାଧିନ ବନ୍ଦୀ ଭାବରେ ଜେଲରେ ଅଟକ ଥିବା ବେଳେ ନିଜର ୨ ପୁଅ ବାପା ବିରୁଦ୍ଧରେ ସାଖି ଦେଇଥିଲେ। ଏ ମାମଲାରେ କୌଣସି ପ୍ରତ୍ୟକ୍ଷଦର୍ଶି ସାଖି ନ ଥିଲେ ମଧ୍ୟ ପାରିପାର୍ଶିକ ସାକ୍ଷିମାନଙ୍କ ବୟାନକୁ ଭିତ୍ତି କରି ଅଭିଯୁକ୍ତ ମଧୂସୁଦନକୁ ଉପରୋକ୍ତ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ମାମଲାଟିକୁ ଅଭିଯୋଗକାରୀଙ୍କ ତରଫରୁ ସରକାରି ଓକିଲ ପ୍ରଦୀପ ସାମଲ, ଅରୁଣ କୁମାର ମିଶ୍ର, ସୂର୍ୟ୍ୟକାନ୍ତ କୁଅଁର ପରିଚାଳନା କରୁଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!