Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ଇଡିରେ ମୁହାଁମୁହିଁ ଜେରା ହେବେ ଶ୍ରଦ୍ଧାଞ୍ଜଳୀ-ଚନ୍ଦନ

by ସଞ୍ଜୟ ସ୍ୱାଇଁ
November 25, 2022
in Crime, State
ଖୋଲୁଛି ନାଗ ପେଡି, ଆଗକୁ କାହା ପାଳି ?
156
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ଆଜି ଇଡିରେ ହାଜର ହେବେ ଅର୍ଚ୍ଚନା ନାଗ୍‌ ଡ୍ରାଇଭର ଚନ୍ଦନ । ତାଙ୍କୁ ନୋଟିସ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଚନ୍ଦନ ଅର୍ଚ୍ଚନାଙ୍କୁ ନେଇ କେଉଁ ଆଡେ ଯାଉଥିଲେ? ଅର୍ଚନାଙ୍କ ସହ ଆଉ କିଏ କିଏ ଭେଟ ହୋଇଥିଲେ ସେ ନେଇ ପଚରା ଉଚୁରା କରିବ ଋଊ । ତେବେ ଶ୍ରଦ୍ଧାଞ୍ଜଳୀଙ୍କ ସହ ଚନ୍ଦନଙ୍କ ମୁହାଁ ମୁହିଁ ଜେରା କରିପାରେ ଇଡି । ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ଆଜି ଦ୍ୱିତୀୟ ଥର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇଛନ୍ତି ଶ୍ରଦ୍ଧାଞ୍ଜଳି ବେହେରା । ପ୍ରଥମ ଦିନ ଇଡିର ଅଧିକାରୀ ଶ୍ରଦ୍ଧାଞ୍ଜଳିଙ୍କୁ ଦୀର୍ଘ ୧୪ ଘଣ୍ଟା ଧରି ଜେରା କରିଥିଲେ । ଏହି ସମୟରେ ସେ ଏହି ହାଇ ପ୍ରୋଫାଇଲ୍ ମାମଲାରେ ଅନେକ ଗୁମର ଖୋଲିଥିବା କୁହାଯାଉଛି । ଗୁରୁବାର ଢେଙ୍କାନାଳ ବିଧାୟକ ସୁଧୀର ସାମଲଙ୍କ ଭାଇ ତଥା କାର୍‌-ସୋ ରୁମ୍‌ ମାଲିକ ଗଙ୍ଗାଧର ସାମଲ ଇଡିରେ ହାଜର ହୋଇଥିଲେ । ତାଙ୍କୁ ୧୨ ଘଣ୍ଟାରୁ ଅଧିକ ସମୟ ଜେରା କରାଯାଇଥିଲା । ଅର୍ଚ୍ଚନା ମାମଲା ଇଡି ନେଲା ପରେ ଆର୍ଥିକ କାରବାର ନେଇ ତଦନ୍ତ ଆରମ୍ଭ କରିଥିଲା । ଏହି ସମୟରେ ଜଣାପଡ଼ିଥିଲା ଅର୍ଚ୍ଚନାର ଆକାଉଣ୍ଟକୁ ‘ଏମ୍‌ପିୟର ପ୍ରେଷ୍ଟିଜ୍‌’ ଆକାଉଣ୍ଟକୁ ୩୦ ଲକ୍ଷରୁ ଅଧିକ ଟଙ୍କା ଆସିଛି । ଯାଞ୍ଚ ସମୟରେ ଜଣାପଡ଼ିଥିଲା ‘ଏମ୍‌ପିୟର ପ୍ରେଷ୍ଟିଜ୍‌’ ମାଲିକ ହେଉଛନ୍ତି ଗଙ୍ଗାଧର ସାମଲ । ଏଣୁ ଇଡି ଗତ ସପ୍ତାହରେ ଗଙ୍ଗାଧରଙ୍କୁ ନୋଟିସ୍‌ କରିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!