Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଳରୁ ବାଦ୍ ପଡ଼ିଲେ ମହମ୍ମଦ ସାମି

by ସଞ୍ଜୟ ସ୍ୱାଇଁ
December 3, 2022
in NATIONAL NEWS, Sports
ଦଳରୁ ବାଦ୍ ପଡ଼ିଲେ ମହମ୍ମଦ ସାମି
97
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବାଂଲାଦେଶ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟକା । ଦଳରୁ ବାଦ୍ ପଡ଼ିଲେ ପେସ୍ ବୋଲର ମହମ୍ମଦ ସାମି । ଆହତ ଯୋଗୁ ଦିନିକିଆ ଓ ଟେଷ୍ଟ ସିରିଜ୍ରୁ ବାହାରିଯାଇଛନ୍ତି ସାମି । ହାତରେ ଆଘାତ ଲଗିଥିବାରୁ ମ୍ୟାଚ୍ ଖେଳିବା ସମ୍ଭାବନା କମ୍ ରହିଛି । ତାଙ୍କ ସ୍ଥାନରେ ଜାମ୍ମୁ ଏକ୍ସପ୍ରେସ୍ ଉମ୍ରାନ୍ ମଲ୍ଲିକ୍କୁ ସୁଯୋଗ ମିଳିଛି । ଆସନ୍ତା ଶୁକ୍ରବାର ଠାରୁ ଆରମ୍ଭ ହେବ ବାଂଲାଦେଶ-ଭାରତ ଦିନିକିଆ ସିରିଜ୍ । ୩ଟି ଓ୍ବାନଡେ ସହିତ ୨ଟି ଟେଷ୍ଟ ମ୍ୟାଚ୍ ଖେଲାଯିବ । ହେଲେ ଏହା ପୂର୍ବରୁ ଭାରତୀୟ ଦଳ ପାଇଁ ସମସ୍ୟା ବଢିଛି । ଟିମ୍‌ରୁ ବାହାର ହୋଇଯାଇଛନ୍ତି ପେସ୍ ବୋଲର ମହମ୍ମଦ ସାମି । ହାତରେ ଆହାତ ଯୋଗୁ ଟିମ୍ରୁ ବାଦ୍ ପଡ଼ିଛନ୍ତି ଏହି ଅନୁଭବୀ ବୋଲର । ମହମ୍ମଦ ସାମି ଉଭୟ ଓ୍ବେନଡେ’ ଓ ଟେଷ୍ଟ ଟିମ୍ରୁ ବାହାର ହୋଇଯାଇଛନ୍ତି । ସେପଟେ ସାମିଙ୍କ ସ୍ଥାନରେ ଦ୍ରୁତ ବୋଲର ଉମ୍ରାନ ମଲ୍ଲିକକୁ ସୁଯୋଗ ଦେଇଛି ବିସିସିଆଇ । ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ବକପ ପରେ ଟ୍ରେନିଂ ସମୟରେ ଆହତ ହୋଇଥିଲେ ସାମି । ପୂର୍ବରୁ ଦଳରେ ମହମ୍ମଦ ସିରାଜ୍, ଦୀପକ ଚହର, ସର୍ଦୁଲ ଠାକୁର ଓ କୁଲଦୀପ ସେନ୍ ଆଦି ପେସ୍ ବୋଲର ରହିଛନ୍ତି । ସାମିଙ୍କ ସ୍ଥାନରେ ଉମ୍ରାନ ସାମିଲ ହେବା ପରେ ଦଳ ଆହୁରି ମଜବୁତ ହୋଇଛି । ବାଂଲାଦେଶ ବିରୋଧରେ ଡିସେମ୍ବର ୪ତାରିଖରେ ଢାକାରେ ଖେଳାଯିବ ପ୍ରଥମ ଓ୍ବାନଡେ ମ୍ୟାଚ୍ । ୭ତାରିଖରେ ଦ୍ବିତୀୟ ମ୍ୟାଚ୍ ଓ ୧୦ରେ ତୃତୀୟ ଦିନିକିଆ ଖେଳାଯିବ । ଏହା ପରେ ଡିସେମ୍ବର ୧୪ତାରିଖରୁ ଆରମ୍ଭ ହେବ ପ୍ରଥମ ଟେଷ୍ଟ । ସେହିପରି ୨୨ ତାରିଖରୁ ଦ୍ବିତୀୟ ଟେଷ୍ଟ ମ୍ୟାଚ୍ ଖେଳାଯିବ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!