Friday, October 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଦର ମହକୁମା ଛାଡ଼ନ୍ତୁ ନାହିଁ : ଅରୁଣ

by ସଞ୍ଜୟ ସ୍ୱାଇଁ
April 17, 2020
in Feature News
ସଦର ମହକୁମା ଛାଡ଼ନ୍ତୁ ନାହିଁ : ଅରୁଣ
32
VIEWS
Share on FacebookShare on Twitter

ଭୂବନେଶ୍ୱର, (ବାଘୁଆବାର୍ତ୍ତା ବ୍ୟୁରୋ) : ମାଛ, ମାଂସ, ଅଣ୍ଡା, ଦୁଗ୍ଧ ଆଦିକୁ ଅତ୍ୟାବଶ୍ୟକ ଦ୍ରବ୍ୟ ଭାବରେ ଘୋଷଣା କରାଯିବା ସହିତ ଏହାର ଉତ୍ପାଦନ, ବିକି୍ରବଟା ଓ ପରିବହନକୁ କୋହଳ କରାଯାଇଥିବା ପରିପ୍ରେକ୍ଷୀରେ ଆସନ୍ତା ଦିନଗୁଡ଼ିକରେ ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରକୁ ତା’ର ସ୍ୱାଭାବିକ ସ୍ଥିତିକୁ ଫେରାଇ ଆଣିବା ଦିଗରେ ପଦକ୍ଷେପ ନିଆଯାଉଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି ଲୋକସେବା ଭବନଠାରେ ଭିଡ଼ିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଡ. ସାହୁ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଓ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସହିତ ଜିଲ୍ଲାର ସଦ୍ୟତମ ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଜିଲ୍ଲାରେ ମାଛଚାଷ, ମାଛଧରା ଓ ଏହାର ବିକି୍ର ଏବଂ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସାଳୟ ଆଦି କ୍ଷେତ୍ର ଖୋଲା ରହିବା ଦିଗରେ ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ସାମାଜିକ ଦୂରତ୍ୱ ନିୟମକୁ ମାନି ଆନୁଷଙ୍ଗିକ କ୍ଷେତ୍ରର ସମସ୍ତ କାର୍ଯ୍ୟ କରାଯିବ । ଜିଲ୍ଲାଠାରୁ ଆରମ୍ଭ କରି ବ୍ଲକ୍‌ ଏବଂ ପଞ୍ଚାୟତ ସ୍ତରରେ ଥିବା ସମସ୍ତ ମତ୍ସ୍ୟ ଓ ପ୍ରାଣୀସଂପଦ ଅଧୀନରେ ଥିବା କାର୍ଯ୍ୟାଳୟଗୁଡ଼ିକପୂର୍ବପରି କାର୍ଯ୍ୟ କରିବ ଏବଂ ଅଧିକାରୀ ଓ କର୍ମଚାରୀମାନେ ସଦରମହକୁମା ଛାଡ଼ି ଯାଇପାରିବେ ନାହିଁ । କ୍ଷେତ୍ର ଅଧିକାରୀମାନେ ନିଷ୍ଠା ଓ ଉତ୍ସର୍ଗୀକୃତ ମନୋଭାବ ନେଇ ଚାଷୀ ଓ ଖାଉଟିମାନଙ୍କର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସମସ୍ତ କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । କ୍ଷେତ୍ରରେ ଉପୁଜୁଥିବା ସମସ୍ୟାଗୁଡ଼ିକ ସଂପର୍କରେ ଅବଗତ ହୋଇ ତୁରନ୍ତ ସେଗୁଡ଼ିକର ସମାଧାନ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏପରି ଏକ ବିଶେଷ ପରିସ୍ଥିତିର ମୁକାବିଲା ପାଇଁ ଭବିଷ୍ୟତ ଯୋଜନା ପ୍ରସ୍ତୁତ କରିବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ସ୍ଥିତିରେ ସୁଧାର ଆଣିବା ଦିଗରେ ଜିଲ୍ଲା ନିମନ୍ତେ ନିୟୋଜିତ ନୋଡାଲ ଅଧିକାରୀମାନେ ପ୍ରତ୍ୟେକ ଦିନ ଜିଲ୍ଲାସ୍ତରୀୟ ଏବଂ ତୃଣମୂଳସ୍ତରର ଅଧିକାରୀମାନଙ୍କ ସହିତ ସିଧାସଳଖ ଯୋଗାଯୋଗ କରିବା ପାଇଁ ମନ୍ତ୍ରୀ ଡଃ. ସାହୁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ କୃଷି ଉତ୍ପାଦନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ରନିାକର ରାଉତ, ମତ୍ସ୍ୟ ନିର୍ଦ୍ଦେଶକ ଶ୍ରୀ ସ୍ମୃତିରଂଜନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!