Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟ୍ରିକ ସମ୍ମେଟିଭ-୧ ଖାତା ଦେଖା ଆରମ୍ଭ

by ସଞ୍ଜୟ ସ୍ୱାଇଁ
December 9, 2022
in Education, State
ମାଟ୍ରିକ ସମ୍ମେଟିଭ-୧ ଖାତା ଦେଖା ଆରମ୍ଭ
75
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷାର ଖାତା ଦେଖା। ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖାଯାଉଛି। ୧୨୪୦ଶିକ୍ଷକ ଖାତା ମୂଲ୍ୟାୟନ ପକ୍ରିୟାରେ ନିୟୋଜିତ ହୋଇଛନ୍ତି। ସକାଳ ୯ଟାରୁ ଖାତା ଦେଖା ଆରମ୍ଭ ହୋଇବା ବେଳେ ୫ଟା ଯାଏ ଚାଲିବ। ୧୦ ଦିନ ମଧ୍ୟରେ ଖାତା ଦେଖା ସାରିବାକୁ ଲକ୍ଷ୍ୟ ରଖିଛି ବୋର୍ଡ। ଖାତାଦେଖା କେନ୍ଦ୍ରକୁ ନିରୀକ୍ଷକଙ୍କ ମୋବାଇଲ ନେବା ଉପରେ କଟକଣା ଜାରି କରାଯାଇଛି। ଚଳିତ ବର୍ଷ ନଭେମ୍ବର ୨୩ରୁ ସମ୍ମେଟିଭ -୧ ପରୀକ୍ଷା ଆରମ୍ଭ ହୋଇ ୩୦ତାରିଖ ପର‌୍ୟ୍ୟନ୍ତ ଚାଲିଥିଲ। ଚଳିତ ବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ସେହିପରି ମଧ୍ୟମାରେ ୨ ହଜାର ୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ର ହୋଇଥିବା ବେଳେ ଓପନ୍ ସ୍କୁଲ ସାର୍ଟିଫିକେଟ ପାଇଁ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ଦଶମ ଛାତ୍ରଛାତ୍ରୀଙ୍କ ପାଇଁ ବେଶ୍ ଗୁରୁତ୍ୱ ବହନ କରୁଥିବା ଏହି ପରୀକ୍ଷାକୁ ସୁରୁଖୁରୁରେ କରିବା ପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାଡ ଗଠନ ହୋଇଥିଲା। ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ୍ ନେବାକୁ ଅନୁମତି ଦିଆଯାଇ ନ ଥିଲା। ପରୀକ୍ଷାର୍ଥୀ କେବଳ ପେନ ଓ ଆଡମିଟ କାର୍ଡ ବ୍ୟତୀତ ଅନ୍ୟ କିଛି ନେବେନି ବୋଲି କହିଥିଲେ ବୋର୍ଡ ସଭାପତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!