Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲରାପତରିଆ ବାଘର ମୃତଦେହ ଉଦ୍ଧାର

by Anil Panda
April 19, 2020
in Accident, Breaking
କଲରାପତରିଆ ବାଘର ମୃତଦେହ ଉଦ୍ଧାର
19
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ଜିଲ୍ଲା ଚିଲିକା ଅଲାଇଡିହ ନିକଟସ୍ଥ ବାଇପାସ ଉପରେ ଆଜି ଏକ କଲରାପତରିଆ ବାଘର ମୃତଦେହ ପଡିଥିବା ଦେଖିବାକୁ ମିଳିଛି । ବାଘକୁ ଦେଖିବା ପରେ ସ୍ଥାନୀୟ ଲୋକେ ତୁରନ୍ତ ବନବିଭାଗ ଅଧିକାରୀଙ୍କୁ ଖବର ଦେଇଥିଲେ । ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତ ବାଘଟିକୁ ଉଦ୍ଧାର କରିଛି । କୌଣସି ଅଜଣା ଗାଡି ଦ୍ବାରା ବାଘଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଥିବା ବେଳେ ବାଘର ପଞ୍ଝାରୁ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଥିଲା । ବାଘର ମୃତଦେହ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛିବ। ଜନଗହଳିପୂର୍ଣ୍ଣ ସହର ମଧ୍ୟକୁ ବାଘଟି କେମିତି ଆସିଲା ତାକୁ ନେଇ ଜନସାଧାରଣ ଚିନ୍ତା ପ୍ରକଟ କରିଛନ୍ତି । ସେପଟେ ଲକଡାଉନ୍‌ ଯୋଗୁଁ ରାସ୍ତା ଘାଟ ଶୂନଶାନ ରହିଥିବାରୁ ବାଘଟି ସହର ଅଭିମୁଖେ ଆସି ଦୁର୍ଘଟଣାଗ୍ରସ୍ତ ହୋଇଥାଇ ପାରେ ବୋଲି ବନ କର୍ମଚାରୀ ଆଶଙ୍କା କରିଛନ୍ତି । ବାଘଟିର ମୃତଦେହ ବ୍ୟବଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!