Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇତିହାସ ରଚିଲା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ

by ସଞ୍ଜୟ ସ୍ୱାଇଁ
December 17, 2022
in NATIONAL NEWS, Sports
ଇତିହାସ ରଚିଲା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ
82
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଇତିହାସ ରଚିଲା ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ । ଆଜି ଖେଳାଯାଇଥିବା ଟି-୨୦ ବିଶ୍ୱକପ ଫାଇନାଲରେ ବାଂଲାଦେଶକୁ ହରାଇ ବିଶ୍ୱ ବିଜୟୀ ମୁକୁଟ ପିନ୍ଧିଲା ଭାରତ । ଲଗାତର ତୃତୀୟ ଥର ପାଇଁ ହାତେଇଲା ଟି-୨୦ ବିଶ୍ୱକପ ଟ୍ରଫି । ଏହା ପୂର୍ବରୁ ଭାରତ ୨୦୧୨ ଓ ୨୦୧୭ରେ ଦୃଷ୍ଟିହୀନ ବିଶ୍ୱକପ ଟ୍ରଫି ନିଜ ନାମରେ କରିଥିଲା । ତେବେ ଆଜି ଫାଇନାଲରେ ପୁଣି ଥରେ ବିଜୟ ହେବା ସହ ଭାରତ ବିଶ୍ୱକପ ଟ୍ରଫି ହାତେଇବାରେ ହ୍ୟାଟ୍ରିକ୍ ଅର୍ଜନ କରିଛି । ତେବେ ଆଜି ଖେଳାଯାଇଥିବା ଫାଇନାଲରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ ପାଇଁ ନିଷ୍ପତ୍ତି ନେଇଥିଲା ଭାରତ । ପ୍ରଥମ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨୭୭ ରନ କରିଥିଲା । ଭାରତ ପକ୍ଷରୁ ସୁନୀଲ ରମେଶ ୬୩ ବଲରୁ ଅପରାଜିତ ୧୩୬ ରନ କରିଥିବାବେଳେ ଅଜୟ ରେଡ୍ଡୀ ୫୦ ବଲରୁ ବିସ୍ଫୋରକ ୧୦୦ ରନ କରିଥିଲେ । ୨୭୮ ରନର ଟାର୍ଗେଟ ପଡ଼ିଆକୁ ଓହ୍ଲାଇଥିବା ବାଂଲାଦେଶ ୨୦ ଓଭର ଖେଳି ମାତ୍ର ୧୫୭ ରନ କରିବାରେ ସଫଳ ହୋଇଥିଲା । ଯାହାଫଳରେ ଭାରତ ଏହି ମ୍ୟାଚକୁ ୧୨୦ ରନରେ ନିଜ ନାମରେ କରିଥିଲା । ଏହି ବିଜୟ ସହ ଭାରତ ଦୃଷ୍ଟିହୀନ ବିଶ୍ୱକପର ତୃତୀୟ ସଂସ୍କରଣରେ ଚମ୍ପିଆନ ହୋଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!