Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଂଚ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ସମର୍ପିତ କଲେ କୋଭିଡ୍ ହସ୍‌ପିଟାଲ

by Anil Panda
April 20, 2020
in Breaking, Health, Politics
ପାଂଚ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ସମର୍ପିତ କଲେ କୋଭିଡ୍ ହସ୍‌ପିଟାଲ
18
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି ଚଳାଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଂଚଟି ଜିଲ୍ଲାପାଇଁ କୋଭିଡ୍ ହସ୍‌ପିଟାଲ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । ସୂଚନାନୁସାରେ, ଆଜି ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ମାଧ୍ୟମରେ ସୁନ୍ଦରଗଡ଼, ବରଗଡ଼, ଅନୁଗୁଳ, ଜଗତସିଂହପୁର ଏବଂ ନବରଙ୍ଗପୁର ଜିଲ୍ଲାର ୮୨୫ ଶର୍ଯ୍ୟା ବିଶିଷ୍ଟ କୋଭିଡ୍ ହସପିଟାଲ୍‌କୁ ଉଦ୍‌ଘାଟନ କରିଛନ୍ତି । ରାଜ୍ୟରେ ମୋଟ ପାଂଚ ହଜାର ଶର୍ଯ୍ୟା ବିଶିଷ୍ଟ କୋଭିଡ୍ ହସପିଟାଲ୍ ନିର୍ମାଣ ସରିଥିବା ବେଳେ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ପ୍ରୋଟୋଲିୟମ୍ ଓ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଦେଇଛନ୍ତି । ଏନ୍‌ଟିପିସି, ଏମ୍‌ସିଏଲ୍‌, ଇଣ୍ଡିଆନ୍ ଅଏଲ୍‌, ପାରାଦିପ ବନ୍ଦର ଏବଂ ନାଲ୍‌କୋ ପରି ଅନୁଷ୍ଠାନ ମାଧ୍ୟମରେ ଏହି କୋଭିଡ୍ ହସ୍‌ପିଟାଲ କାର୍ଯ୍ୟ ସମାପ୍ତ ହୋଇଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାଶ, ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ, ୫ଟି ସଚିବ ଭି.କେ ପାଣ୍ଡିଆନ୍ ଉପସ୍ଥିତ ରହିଥିବା ବେଳେ ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳ ପ୍ରଶାସନିକ ଅଧିକାରୀମାନେ ଭିସି ମାଧ୍ୟମରେ ସୂଚନା ପ୍ରଦାନ କରିଥିଲେ ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!