Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାରେ ତଦନ୍ତ କରିବେ ଅନସୂୟା ଜେନା

by ସଞ୍ଜୟ ସ୍ୱାଇଁ
December 20, 2022
in Crime, State
ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାରେ ତଦନ୍ତ କରିବେ ଅନସୂୟା ଜେନା
238
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାର ତଦନ୍ତ କରିବେ ସମ୍ବଲପୁର ପ୍ରିଜନ୍ ରେଞ୍ଜ୍ ଡିଆଇଜି ଅନସୂୟା ଜେନା। ଅନସୂୟାଙ୍କୁ ତଦନ୍ତ କରି ରିପୋର୍ଟ ଦାଖଲ କରିବା ପାଇଁ ଜେଲ୍ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଦିନକ(୨୪ ଘଣ୍ଟା) ଭିତରେ ରିପୋର୍ଟ ଦେବାକୁ କୁହାଯାଇଛି। ଏହି ସମ୍ବେଦନଶୀଳ ଘଟଣାରେ କାହାର ତୃଟି ରହିଛି ଓ ଜେଲ୍ ସୁରକ୍ଷାରେ କେଉଁଠି ତୃଟି ରହିଗଲା ତାହା ଜାଣିବାକୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି। ଜେଲ ଡିଆଇଜି ଶୁଭକାନ୍ତ ମିଶ୍ର କହିଛନ୍ତି, ତାଙ୍କୁ ଜେଲ ପକ୍ଷରୁ ଏନେଇ ରିପୋର୍ଟ ମିଳିଛି। ଜେଲ୍ ପରିସରରେ ଦିନ ପ୍ରାୟ ୧୧ଟା ବେଳେ ଏହି ଘଟଣା ଘଟିଛି। ଏନ୍‌ଏଚ୍‌ଆରସି ଗାଇଡ୍ ଲାଇନ୍ ଅନୁସାରେ ଏହି ଆତ୍ମହତ୍ୟା ଘଟଣାର ତଦନ୍ତ କରାଯିବ। ବିଚାରଧୀନ କଏଦୀଙ୍କୁ ୱାର୍ଡରମାନେ ଜଗନ୍ତି। ତେଣୁ ସେ କେମିତି ଓ କିଭଳି ପରିସ୍ଥିତିରେ ଆତ୍ମହତ୍ୟା କରିଲେ ତାହା ତଦନ୍ତରେ ଜଣାପଡ଼ିବ। ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଅବହେଳାରୁ ହିଁ ଏକ ଜୀବନ ଚାଲିଯାଇଛି। ଏତଲା ମଧ୍ୟ ହୋଇଛି। ପୁଲିସ ଏହାର ତଦନ୍ତ କରିବ। କାର‌୍ୟ୍ୟରେ ବିଶୃଙ୍ଖଳା କରିଥିବା ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀ ମିଶ୍ର କହିଛନ୍ତି। ସେପଟେ ମମିତା ମେହେର ହତ୍ୟା ମାମଲାରେ ଏକମାତ୍ର ଓ ମୁଖ୍ୟ ଅଭିଯୁକ୍ତଙ୍କ ମୃତ୍ୟୁ ପରେ ଏହି ମାମଲା ବନ୍ଦ ହୋଇଯିବା ଏକ ପ୍ରକାର ସ୍ପଷ୍ଟ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!