Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରାଘାତରେ ଜଣେ ମୃତ,୨ ଗୁରୁତର

by Anil Panda
April 21, 2020
in Accident, Breaking
ବଜ୍ରାଘାତରେ ଜଣେ ମୃତ,୨ ଗୁରୁତର
12
VIEWS
Share on FacebookShare on Twitter

ରାୟଗଡ଼, (ବାଘୁଆବାର୍ତ୍ତା) : ରାୟଗଡା ଜିଲ୍ଲା ବିଷମକଟକ ବ୍ଲକ ବାଲିପଦର ଗ୍ରାମରେ ବଜ୍ରଘାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନାନୁଯାୟୀ, ଆଜି ଅପରାହ୍ନରେ ବାଲିପଦର ଗ୍ରାମର ଧନମଣି କୁମୁରିକା (୫୧), ସୁନାମାଳି କୁମୁରିକା (୫୫) ଓ ସନ୍ନ୍ୟାସୀ କୁମୁରିକା (୫୦) ଗାଁ ନିକଟ ଜଙ୍ଗଲକୁ ଯାଇ ଘରକୁ ଫେରୁଥିଲେ। ତେବେ ରାସ୍ତାରେ ହଠାତ୍ ବର୍ଷା ଓ ପବନ ହେବାରୁ ସମସ୍ତେ ଏକ ତେନ୍ତୁଳି ଗଛ ମୂଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ତେନ୍ତୁଳି ଗଛ ନିକଟରେ ବଜ୍ରାଘାତ ହେବାରୁ ଘଟଣା ସ୍ଥଳରେ ହିଁ ଧନମଣିଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନାମାଳି ଓ ସନ୍ନ୍ୟାସୀ ଗୁରୁତର ହୋଇଥିଲେ। କୌଣସି ପ୍ରକାରେ ଖବର ପାଇବା ପରେ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ବିଷମକଟକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଇଥିଲେ। ସ୍ବାସ୍ଥ୍ୟବସ୍ଥା ସଂକଟାପନ୍ନ ରହିବାରୁ ପ୍ରାଥମିକ ଚିକିତ୍ସା ପରେ ସୁନାମାଳି ଓ ସନ୍ନ୍ୟାସୀଙ୍କୁ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବିଷମକଟକ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ବିଷମକଟକ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!