Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

by Anil Panda
April 23, 2020
in Feature News
ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା
26
VIEWS
Share on FacebookShare on Twitter

ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ଦେଲେ ୫୦ ହଜାର

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ମହାମାରୀ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିଙ୍କୁ ବିଭିନ୍ନ ବ୍ୟକ୍ତି ଓ ଅନୁଷ୍ଠାନ ପକ୍ଷରୁ ସହାୟତାର ସୁଅ ଛୁଟିଛି । ଏହି ପ୍ରରିପେକ୍ଷିରେ ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଜରିଆରେ ୧ ଲକ୍ଷ ୮୮ ହଜାର ୧ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି । ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟ ଅଧିନରେ ଥିବା ସମସ୍ତ କର୍ମଚାରୀ ଓ ସମସ୍ତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ସେମାନଙ୍କର ଗୋଟିଏ ଦିନର ଦରମା ପ୍ରଦାନ କରିଛନ୍ତି । ଏହି ଉପଲକ୍ଷେ ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ମଙ୍ଗଳ ଅଧିକାରୀ ସୀମାଞ୍ଚଳ ବେହେରା, କନିଷ୍ଠ ରାଜସ୍ୱ ଅଧିକାରୀ ବନମାଳୀ ସ୍ୱାଇଁ ପ୍ରମୂଖ ଉପସ୍ଥିତ ରହି ଏହି ସହାୟତା ରାଶି ପ୍ରଦାନ କରିଛନ୍ତି । ସେହିଭଳି ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ ନୟାଗଡ଼ ବନଖଣ୍ଡ ଅଧିକାରୀ ଧନରାଜ ଏଚ୍‌ଡି ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଶ୍ୱେତ ମହାପାତ୍ରଙ୍କ ଜରିଆରେ ୫୦ ହଜାର ଟଙ୍କାର ଚେକ୍ ପ୍ରଦାନ କରିଥିବା ବେଳେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ସରିଗଣ୍ଡା ସରପଂଚ ସତ୍ୟଭାମା ନାୟକ ୧୦ ହଜାର ଟଙ୍କା, ତେଣ୍ଡବାଡ଼ି ସରପଂଚ ବିଜୟିନୀ ପ୍ରଧାନ ୧୦ ହଜାର ଟଙ୍କା, ଡିହଗାଁ ସରପଂଚ ସଶ୍ମିତା ଦଳେଇ ୧୦ ହଜାର ଟଙ୍କା, ଶିମିଳିସାହି ସରପଂଚ ଜ୍ୟୋସ୍ôନାରାଣୀ ପ୍ରଧାନ ୧୦ ହଜାର ଟଙ୍କା ଏବଂ ନୟାଗଡ଼ ସହର ଡିଆନ୍‌ବନ୍ଧ ସାହିର ଦିପକ ରଂଜନ ଦାଶ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ଦିପକ ରଂଜନ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କ ଜରିଆରେ ସହାୟତା ପ୍ରଦାନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!