Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳା ଡାକ୍ତରଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
January 2, 2023
in Crime, State
ମହିଳା ଡାକ୍ତରଙ୍କ ମୃତଦେହ ଉଦ୍ଧାର
202
VIEWS
Share on FacebookShare on Twitter

ଚମ୍ପୁଆ, (ବାଘୁଆବାର୍ତ୍ତା): ନିଜ ସରକାରୀ ବାସଭବନରୁ ମିଳିଲା ଡାକ୍ତରଙ୍କ ମୃତଦେହ। ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳି ଯାଇଛି। ମୃତ ଡାକ୍ତରଜଣକ ୨୫ ବର୍ଷୀୟ ଶୁଭଶ୍ରୀ କର । ସେ କେନ୍ଦୁଝର ଜିଲ୍ଲା ଯୋଡା ପୌରାଞ୍ଚଳର ବନେଇକଳାଠାରେ ଥିବା ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର‌୍ୟ୍ୟରତ ଥିଲେ । ସରକାରଙ୍କ ନିରାମୟ ଯୋଜନାରେ ବନେଇକଳା ସହରାଞ୍ଚଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ସେ ନିୟୋଜିତ ଥିଲେ। ସେ ସ୍ୱାସ୍ଥ୍ୟ କେନ୍ଦ୍ରର ଉପର ମହଲାରେ ରହୁଥିବା ବେଳେ ରବିବାର ସ୍ୱାସ୍ଥ୍ୟ କେନ୍ଦ୍ରକୁ ଠିକ୍ ସମୟରେ ଯାଇ ନ ଥିଲେ। ଏହାପରେ ସନ୍ଦେହ ହେବାରୁ ସନ୍ଧ୍ୟା ସମୟରେ ତାଙ୍କ ସହକର୍ମୀମାନେ ଯୋଡା ଥାନାକୁ ଖବର ଦେଇଥିଲେ। ବଡବିଲ ତହସିଲଦାରଙ୍କ ଉପସ୍ଥିତିରେ ପୁଲିସ ଘରର କବାଟ ଭାଙ୍ଗି ଶୁଭଶ୍ରୀଙ୍କ ମୃତଦେହ ଖଟ ଉପରେ ପଡିଥିବା ପାଇଥିଲା। ତାଙ୍କୁ ତୁରନ୍ତ ଯୋଡା ସ୍ଥିତ ଟାଟା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଡାକ୍ତର ଶୁଭଶ୍ରୀ କରଙ୍କ ଘର କଟକ ଜିଲ୍ଲା ନିଆଳିରେ ହୋଇଥିବା ବେଳେ ଖବର ପାଇ ତାଙ୍କ ପରିବାର ଲୋକେ ଯୋଡାସ୍ଥିତ ଟାଟା ଡାକ୍ତରଖାନାରେ ପହଞ୍ଚିଛନ୍ତି। ଝିଅର ମୃତ୍ୟୁ ଖବର ଯୋଗୁ ଶକ୍ତ ଝଟକା ଲାଗିଥିବା ବେଳେ ସେମାନେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି। ଏପରିକି ସେମାନେ କିଛି କହିବାକୁ ମନା କରି ଦେଇଥିବା ବେଳେ ମୃତଦେହ ଧରି ଗାଁକୁ ଫେରିଯିବେ ବୋଲି ଜଣାଯାଇଛି। ଡାକ୍ତର ଶୁଭଶ୍ରୀ କରଙ୍କ ମୃତ୍ୟୁ ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡିନଥିବାବେଳେ ପୁଲିସ୍ ତଦନ୍ତ ଜାରି ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!