Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ବ୍ଲକରୁ ୨୫୧ ୟୁନିଟ୍ ରକ୍ତ ସଂଗ୍ରହ

by Anil Panda
April 24, 2020
in Feature News
ନୟାଗଡ଼ ବ୍ଲକରୁ ୨୫୧ ୟୁନିଟ୍ ରକ୍ତ ସଂଗ୍ରହ
31
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ରକ୍ତ ଭଣ୍ଡାରରେ ଜୀବନବିନ୍ଦୁ ମାଧ୍ୟମରେ ରକ୍ତସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ସ୍ଥାନୀୟ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ପରାମର୍ଶରେ ଗତ ୧୫ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ରକ୍ତ ସଂଗ୍ରହ ପ୍ରକ୍ରିୟା ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ବେଳେ ଆଜି ସୁଦ୍ଧା ନୟାଗଡ଼ ବ୍ଲକର ସମସ୍ତ ପଂଚାୟତ ପକ୍ଷରୁ ରକ୍ତଦାନ ଶେଷ ହୋଇଛି । ଆଜି ସୁଦ୍ଧା ମୋଟ ୨୫୧ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ଜଣାଯାଇଛି । ଖରାଦିନେ ରକ୍ତର ଅଭାବ ଦେଖାଯାଇଥିବାରୁ ଡ. ସାହୁ ବିଭିନ୍ନ ସୋସିଆଲ ମିଡିଆ ମାଧ୍ୟମରେ ନୟାଗଡ଼ ନିର୍ବାଚନ ମଣ୍ଡଳୀର ସମସ୍ତ ଜନସାଧାରଣଙ୍କୁ ରକ୍ତଦାନ ପାଇଁ ଅନୁରୋଧ କରିଥିଲେ । ଗୋଟିଏ ପକ୍ଷରେ ସାମାଜିକ ଦୂରତା ପାଳନ ନିମନ୍ତେ ଦୈନିକ ୨୦ ୟୁନିଟ୍ ରକ୍ତ ଦେବାପାଇଁ ନିଷ୍ପତ୍ତି କରାଯାଇଥିବା ବେଳେ ଯୁବଗୋଷ୍ଠୀଙ୍କ ଆଗ୍ରହକୁ ଦେଖି ଅଧିକ ରକ୍ତ ସଂଗ୍ରହ କରାଯାଇଛି । ଆଜିର ଦିବସରେ କାଳିକାପ୍ରସାଦ ପଞ୍ଚାୟତ ପକ୍ଷରୁ ୧୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ରାଜପାଟଣା ପଞ୍ଚାୟତ ପକ୍ଷରୁ ୫ ୟୁନିଟ୍‌, ଘଡ଼ୁଆଳ ପଞ୍ଚାୟତ ପକ୍ଷରୁ ୧ ୟୁନିଟ୍‌, ନୟାଗଡ଼ ସହରରୁ ୧ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ଆଜି ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ବିଜୁ ଯୁବବାହିନୀ, ଛାତ୍ରବିଜେଡି, ଯୁବ ବିଜେଡିମାନଙ୍କ ମିଳିତ ଉଦ୍ୟମରେ ଏହି ରକ୍ତଦାନ ସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ସମାଜସେବୀ ନିରଞ୍ଜନ ବିଧାର, ପୂର୍ଣ୍ଣଚନ୍ଦ୍ର ନାୟକ, ଅଜିତ୍‌ପ୍ରସାଦ ସାହୁ, ବିଜୁ ଯୁବବାହିନୀର ଜିଲ୍ଲା ସଂଯୋଜକ ଦୁର୍ଯ୍ୟୋଧନ ବେହେରା, ବ୍ଲକ୍ ସଂଯୋଜକ ମନୋଜ କୁମାର ନାୟକ, ଯୁବ ବିଜେଡି ପକ୍ଷରୁ ରମେଶ କୁମାର ସାହୁ, ବ୍ଲକ୍ ଉପାଧ୍ୟକ୍ଷ ସୁବାଷ କହଁର, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ, ପୂର୍ବତନ ଏନ୍‌ଏସି ଚେୟାରମ୍ୟାନ୍ ଗୁରୁପ୍ରସାଦ ଜେନା, ସମାଜସେବୀ ଦାମୋଦର ସାହୁ, ପୂର୍ବତନ କାଉନ୍‌ସିଲର ଜାନକୀବଲ୍ଲଭ ଜେନା ପ୍ରମୁଖ ଯୋଗଦେଇ ଏହି ରକ୍ତଦାନ କାର୍ଯ୍ୟକ୍ରମକୁ ପରିଚାଳନ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!