ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ମହାମାରୀ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିଙ୍କୁ ବିଭିନ୍ନ ବ୍ୟକ୍ତି ଓ ଅନୁଷ୍ଠାନ ପକ୍ଷରୁ ସହାୟତାର ସୁଅ ଛୁଟିଛି । ଏହି ପ୍ରରିପେକ୍ଷିରେ ଜିଲ୍ଲା ଦେବତ୍ତୋର ବିଭାଗ ପକ୍ଷରୁ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଜରିଆରେ ୧ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି । ଦେବତ୍ତୋର କାର୍ଯ୍ୟାଳୟ ଅଧିନରେ ଥିବା ସମସ୍ତ କର୍ମଚାରୀ ଏବଂ ଅଧିକାରୀମାନେ ଏହି ଅର୍ଥ ପ୍ରଦାନ କରିଛନ୍ତି । ଏହି ଉପଲକ୍ଷେ ଦେବୋତ୍ତର ବିଭାଗର କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କୁ ଏହି ଅର୍ଥ ପ୍ରଦାନ କରିଛନ୍ତି । ସହାୟତା ରାଶି ପ୍ରଦାନ ସମୟରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ ଉପସ୍ଥିତ ଥିଲେ ।






