Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ରେକର୍ଡ଼, ସାଂସ୍କୃତିକ କାର୍ଯ୍ୟକ୍ରମରେ ୧୪ ଶହ ଛାତ୍ରଛାତ୍ରୀ ସାମିଲ

by ସଞ୍ଜୟ ସ୍ୱାଇଁ
January 14, 2023
in Feature News
ନୟାଗଡ଼ରେ ରେକର୍ଡ଼, ସାଂସ୍କୃତିକ କାର୍ଯ୍ୟକ୍ରମରେ ୧୪ ଶହ ଛାତ୍ରଛାତ୍ରୀ ସାମିଲ
245
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ସର୍ବଭାରତୀୟ ନୟାଗଡ଼ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ଅବସରରେ ଆଜି ନୟାଗଡ଼ ଖେଳପଡ଼ିଆଠାରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ପୃଷ୍ଟପୋଷକତାରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବିଭିନ୍ନ ବିଦ୍ୟାଳୟ ଖେଳଶିକ୍ଷକ ସହଯୋଗ କରିଥିଲେ । ବିଭିନ୍ନ ସ୍କୁଲ ଓ କଲେଜର ୧୪ ଶହ ଛାତ୍ରଛାତ୍ରୀ ଖେଳପଡ଼ିଆରେ ଏକାଠି ହୋଇଥିଲେ । ଛାତ୍ରଛାତ୍ରୀ ମାସଡ୍ରିଲ୍ କରିବା ସହ ଜୟ ହୋ, ରସରକେଲି ଓ ହିନ୍ଦୀ ରିମିସ୍କି ଗୀତରେ ନୃତ୍ୟ ପରିବେଷଣ କରିଥିଲେ । ୧୩ ସ୍କୁଲର ଛାତ୍ରଛାତ୍ରୀ ମଧ୍ୟରୁ ୮ଟି ଦଳ ନୃତ୍ୟୁ ପରିବେଷଣରେ ସାମିଲ ହୋଇଥିଲେ । ୩୦ ମିନିଟ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏତେ ସଂଖ୍ୟକ ଛାତ୍ରଛାତ୍ରୀ ଏକକାଳୀନ କାର୍ଯ୍ୟକ୍ରମରେ ସାମିଲ ହେବା ନୟାଗଡ଼ ପାଇଁ ଏକ ରେକର୍ଡ଼ ବୋଲି ବିଧାୟକ କହିଥିଲେ । ସେହିଭଳି ଭାବେ ବାହାରୁ ଆସିଥିବା ଖେଳାଳୀମାନେ ଏହି କାର୍ଯ୍ୟକ୍ରମକୁ ଉପଭୋଗ କରିବା ସହ ଏହା ବିରଳ ବୋଲି ମତ ଦେଇଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମ ନାଟ୍ୟ ନିର୍ଦ୍ଦେଶକ ଶରତ ଚନ୍ଦ୍ର ଆଚାର୍ଯ୍ୟ, ଶେଖ୍ ଅବଦୁଲ ଖାଲିକ, ନୃତ୍ୟ ନିର୍ଦ୍ଦେଶକ ନୀରଞ୍ଜନ ସାହୁ ପରିଚାଳନା କରିଥିଲେ । ହଜାର ହଜାର ଦର୍ଶକ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!