Sunday, June 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହଜ ବିଜୟ ସହ ସିରିଜ୍ ଜିତିଲା ଭାରତ

by ସଞ୍ଜୟ ସ୍ୱାଇଁ
January 21, 2023
in NATIONAL NEWS, Sports
ସହଜ ବିଜୟ ସହ ସିରିଜ୍ ଜିତିଲା ଭାରତ
249
VIEWS
Share on FacebookShare on Twitter

ରାୟପୁର, (ବାଘୁଆବାର୍ତ୍ତା) : ବୋଲରଙ୍କ ଘାତକ ବୋଲିଂ ବଳରେ ରାୟପୁରରେ ଖେଳାଯାଇଥିବା ଦ୍ଵିତୀୟ ଦିନିକିଆରେ ଭାରତ ୮ ଓ୍ଵିକେଟ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ସହଜ ବିଜୟ ସହ ଭାରତ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାରେ ୨-୦ରେ ଅଗ୍ରଣୀ ହାସଲ କରିଛି। ଭାରତୀୟ ବୋଲରଙ୍କ ଘାତକ ବୋଲିଂର ମୁକାବିଲା କରିନପାରି ନ୍ୟୁଜିଲାଣ୍ଡ ୩୪.୩ ଓଭରରେ ୧୦୮ ରନରେ ଅଲଆଉଟ୍ ହୋଇଥିଲା। ଗ୍ଲେନ ଫିଲିପ୍ସ ସର୍ବାଧିକ ୩୬ ରନ କରିଥିବା ବେଳେ ମିଚେଲ୍ ସାଣ୍ଟନର ୨୭ ରନ କରିଥିଲେ। ଜବାବରେ ଭାରତ ଅଧିନାୟକ ରୋହିତ ଶର୍ମାଙ୍କ ୫୧ ରନ ବଳରେ ୨୦ ଓଭରରେ ୨ ଓ୍ଵିକେଟ୍ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଛି। ଶୁବମାନ ଗିଲ୍ ୩୬ ରନର ଅପରାଜିତ ପାଳି ଖେଳିଛନ୍ତି। ମହମ୍ମଦ ଶାମି ୩ ଓ୍ଵିକେଟ୍ ନେଇ ଦଳ ବିଜୟରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିଲେ। ୧୦୯ ରନର ବିଜୟ ଲକ୍ଷ୍ୟ ପିଛା କରିଥିବା ଭାରତର ଦୁଇ ଓପନର ରୋହିତ ଶର୍ମା ଏବଂ ଶୁବମାନ ଗିଲ୍ ଦମଦାର ବ୍ୟାଟିଂ କରିଥିଲେ। ପ୍ରଥମ ଓ୍ଵିକେଟ୍ ପାଇଁ ୭୨ ରନ ଯୋଡି ବିଜୟ ସୁନିଶ୍ଚିତ କରିଥିଲେ। ରୋହିତ ଶର୍ମା ୫୦ ବଲ୍‌ରେ ୭ ଚୌକା ଏବଂ ୨ ଛକା ସହ ୫୧ ରନ କରିଥିଲେ। ବିରାଟ କୋହଲି ୧୧ ରନ କରି ବିଦାୟ ନେଇଥିଲେ। ଶୁବମାନ ଗିଲ୍ ୩୬ ରନ ଏବଂ ଇଶାନ କିଷନ ୮ ରନରେ ଅପରାଜିତ ରହି ଦଳକୁ ବିଜୟୀ କରାଇଛନ୍ତି। ଭାରତ ୨୦ ଓଭରରେ ୨ ଓ୍ଵିକେଟ୍ ହରାଇ ସହଜ ବିଜୟ ଲକ୍ଷ୍ୟ ହାସଲ କରିଛି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!