Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦ୍ମଶ୍ରୀ ସାବରମତୀ ଓ ଝିଲ୍ଲୀ ଦଳବେହେରାଙ୍କୁ ପ୍ରତିଭା ସମ୍ମାନ

by ସଞ୍ଜୟ ସ୍ୱାଇଁ
January 26, 2023
in Feature News
ପଦ୍ମଶ୍ରୀ ସାବରମତୀ ଓ ଝିଲ୍ଲୀ ଦଳବେହେରାଙ୍କୁ ପ୍ରତିଭା ସମ୍ମାନ
152
VIEWS
Share on FacebookShare on Twitter

୭୪ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ନୟାଗଡ଼,(ବାଘୁଆବାର୍ତ୍ତା): ଜିଲ୍ଲା ସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ଯୋଗ ଦେଇ ପୁଲିସ ଟ୍ରେନିଂ ପଡ଼ିଆରେ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ ଅଭିବାଦନ ଗ୍ରହଣ କରିଛନ୍ତି । ଆୟୋଜିତ ପ୍ୟାରେଡରେ ୪୭ଟି ଦଳ ଭାଗ ନେଇଥିଲେ । ସେମାନଙ୍କ ମଧ୍ୟରୁ ଶ୍ରେଷ୍ଠ ଦଳକୁ ଜିଲ୍ଲାପାଳ ପୁରସ୍କୃତ କରିଥିଲେ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଜିଲ୍ଲାର ସ୍ୱାଧିନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଚଳିତ ବର୍ଷ ପ୍ରଥମ କରି ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି । ନୟାଗଡ଼ର ଗର୍ବ ଓ ଗୈାରବ ପଦ୍ମଶ୍ରୀ ସାବରମତୀ ଓ ଝିଲ୍ଲୀ ଦଳବେହେରାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଜିଲ୍ଲାପାଳ ଶ୍ରୀଯୁକ୍ତ ସାହୁ ଚଳିତ ବର୍ଷ ଏହି ନୂତନ ପରମ୍ପରା ଆରମ୍ଭ କରିଛନ୍ତି । ଏହା ସହିତ ମୁଖ୍ୟ ଅତିଥି କାରଗାରରେ କଏଦୀଙ୍କୁ ମିଷ୍ଠାନ୍ନ ବଣ୍ଟନ କରିବା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ କରିଛନ୍ତି । ସେହିଭଳି ଭାବେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆୟୋଜିତ ରକ୍ତଦାନ ଶିବିରକୁ ଉଦଘାଟନ କରିଛନ୍ତି । ଭୋର ସମୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ରାମଧୁନ ଗାନ କରାଯାଇଥିବା ବେଳେ ତ୍ରିନାଥ ଛକଠାରେ ଅବସ୍ଥିତି ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା । ଆୟୋଜିତ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହି ଓ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ପ୍ରମୂଖ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!