Friday, October 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖରିଫ ଋଣ ଯୋଗାଣକୁ ସମବାୟ ମନ୍ତ୍ରୀଙ୍କ ଗୁରୁତ୍ୱ

by ସଞ୍ଜୟ ସ୍ୱାଇଁ
April 28, 2020
in Feature News
ହିତାଧିକାରୀଙ୍କୁ ୫ କେଜି ଚାଉଳ, ୧ କେଜି ହରଡ଼ ଡାଲି
26
VIEWS
Share on FacebookShare on Twitter

ଭୂବନେଶ୍ୱର, (ବାଘୁଆବାର୍ତ୍ତା ବ୍ୟୁରୋ) : କୃଷି କାର୍ଯ୍ୟକୁ ଆଗେଇ ନେବା ସହ ଖରିଫ ଋଣ ଯୋଗାଣକୁ ତ୍ୱରାନ୍ୱିତ କରିବା ପାଇଁ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଭାଗୀୟ ଅଧିକାରୀମାନଙ୍କୁ କହିଛନ୍ତି । କୋଭିଡ-୧୯କୁ ଦୃଷ୍ଟିରେ ରଖି ପ୍ୟାକସ୍‌ ଓ ଲ୍ୟାମ୍ପସ୍‌ଗୁଡ଼ିକରେ ସାମାଜିକ ଦୂରତ୍ୱ ଓ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ମାର୍ଗଦର୍ଶିକାକୁ କଡାକଡି ଭାବେ ପାଳନ କରିବା ପାଇଁ ମନ୍ତ୍ରୀ କହିଛନ୍ତି । ଚଳିତ ଖରିଫ ଋତୁରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମବାୟ କ୍ଷେତ୍ର ମାଧ୍ୟମରେ ୭୫୦୦ କୋଟି ଟଙ୍କା ଫସଲ ଋଣ ଯୋଗାଇ ଦେବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ଚାଷୀମାନଙ୍କୁ ଠିକଣା ସମୟରେ ଋଣ ଯୋଗାଇଦେବା ଓ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି । ରାଜ୍ୟରେ ମୋଟ ଫସଲ ଋଣ ପ୍ରଦାନ ୬୫ ରୁ ୬୮ ପ୍ରତିଶତ ସମବାୟ ସଂସ୍ଥା ସମ୍ପାଦିତ ହୋଇଥାଏ । ଗତ ଖରିଫ ୨୦୧୯ ଋତୁରେ ସମବାୟ ସଂସ୍ଥାଗୁଡ଼ିକ ଧାର୍ଯ୍ୟ ଲକ୍ଷ୍ୟ ୭୫୦୦ କୋଟି ଟଙ୍କା ମଧ୍ୟରୁ ରାଜ୍ୟରେ ୧୭,୯୧,୮୯୮ ଜଣ ଚାଷୀଙ୍କୁ ମୋଟ ୭୩୩୦.୫୬ କୋଟି ଟଙ୍କା ଫସଲ ଋଣ ଯୋଗାଇ ଦେଇଥିଲେ । ତେଣୁ ଚଳିତ ଖରିଫରେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ସହ ପ୍ରାଥମିକ କୃଷି ସମବାୟ ସମିତିର ଚାଷୀ ସଭ୍ୟମାନଙ୍କୁ ଫସଲ ଋଣ ଯୋଗାଇଦେବା ନିମନ୍ତେ ଫଳପ୍ରଦ କାର୍ଯ୍ୟ ଖସଡା ପ୍ରସ୍ତୁତ କରିବା ପାଇଁ କୁହାଯାଇଛି । ୫୦,୦୦୦ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ନେଇ ଧାର୍ଯ୍ୟ ସମୟ ମଧ୍ୟରେ ଋଣ ପଇଠ କରୁଥିବା ଚାଷୀମାନଙ୍କୁ ବିନା ସୁଧରେ ଋଣ ଯୋଗାଇ ଦେବା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି । ସେହିପରି ୫୦,୦୦୦ ଟଙ୍କାରୁ ଅଧିକ ଏବଂ ୩ ଲକ୍ଷ ଟଙ୍କା ମଧ୍ୟରେ ଋଣ ନେଇ ସମୟ ସୀମା ମଧ୍ୟରେ ଋଣ ପଇଠ କଲେ ୨ ପ୍ରତିଶତ ସୁଧ ଦେବାକୁ
ପଡିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!