Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

by ସଞ୍ଜୟ ସ୍ୱାଇଁ
January 28, 2023
in Feature News, State
ସାଂସଦଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ
347
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷା ପାଇଁ ଦିଲ୍ଲୀରେ ଦାବି ଜୋରଦାର କରିବ ବିଜେଡି। ବିଜେଡି ସଂସଦୀୟ ଦଳ ବୈଠକରେ ସାଂସଦଙ୍କୁ ଏନେଇ ଗୁରୁମନ୍ତ୍ର ଦେଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଂସଦର ଉଭୟ ଗୃହରେ ବିଜେଡି ରାଜ୍ୟ ସ୍ବାର୍ଥ ସମ୍ପର୍କିତ ପ୍ରସଙ୍ଗଗୁଡିକୁ ପ୍ରଭାବୀ ଢଙ୍ଗରେ ଉପସ୍ଥାପନ କରିବ। ବିଭିନ୍ନ ସମୟରେ ବିଜେପି ନେତାମାନେ କରୁଥିବା ଅପପ୍ରଚାରକୁ କିପରି ରୋକାଯିବ ତା ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କାରଣ ବିଜେପିର ଅପପ୍ରଚାର ଯୋଗୁଁ ରାଜ୍ୟବାସୀଙ୍କ ସ୍ବାର୍ଥ ହାସଲ ହୋଇପାରୁନି ଓ ଗରିବଗୁରୁବା ଲୋକ ପ୍ରଭାବିତ ହେଉଛନ୍ତି । ବଳକା ଉଷୁନା ଚାଉଳ ପ୍ରସଙ୍ଗ ଠାରୁ ଆରମ୍ଭ କରି ମହିଳା ସଂରକ୍ଷଣ ବିଲ୍‌କୁ ପାସ କରିବା ପାଇଁ ଦିଲ୍ଲୀରେ ସ୍ବର ସଶକ୍ତ କରିବେ ବିଜେଡି ସାଂସଦ । ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସାମିଲ କରିବା ପାଇଁ ନବୀନ କରୁଥିବା ଦାବିକୁ ଆହୁରି ଜୋରଦାର କରାଯିବ । ସେହିଭଳି ୧୬୯ ଜନଜାତିଙ୍କୁ ତାଲିକାଭୁକ୍ତ କରିବାକୁ ଦାବି ଜୋରଦାର କରାଯିବ। ରେଳବାଇରେ ଓଡ଼ିଶାକୁ ନ୍ୟାୟ ମିଳୁନଥିବାରୁ ସଂସଦର ଉଭୟ ଗୃହରେ ବିଜେଡି ସାଂସଦମାନେ ଏହାର ପ୍ରତିବାଦ କରିବେ । ଆବାସ ଯୋଜନାରେ ଅନ୍ୟାୟ ଭାବେ ୪ଲକ୍ଷ ହିତାଧିକାରୀ ନାମ ତାଲିକାକୁ କେନ୍ଦ୍ର କାଟିଦେଇଛି । ଓଡିଶାର ଆହୁରି ୧୫ ଲକ୍ଷ ଯୋଗ୍ୟ ହିତାଧିକାରୀ ଆବାସ ଯୋଜନାରେ ସାମିଲ ହେବାର ଆବଶ୍ୟକତା ରହିଛି । ସଂସଦରେ ଏନେଇ କେନ୍ଦ୍ରର ଦୃଷ୍ଟି ଆକର୍ଷଣ କରିବେ ବିଜେଡି ସାସଂଦ । ରାଷ୍ଟ୍ରୀୟ ରାଜମାର୍ଗ ଓ ଟେଲିକମ ନେଟୱାର୍କ କ୍ଷେତ୍ରରେ ମଧ୍ୟ ଅବହେଳିତ ହେଉଛି ଓଡ଼ିଶା । ଦୀର୍ଘ ବର୍ଷ ଧରି ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପାଇଁ ହେଉଥିବା ଦାବିକୁ ଅଣଦେଖା କରୁଛି କେନ୍ଦ୍ର । ରାଜ୍ୟକୁ ମିଳୁନି ପର‌୍ୟ୍ୟାପ୍ତ କେନ୍ଦ୍ରୀୟ ଅନୁଦାନ । ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସ୍ଥାନ ପାଉନଥିବା ଭୂମିଜ ଭାଷାକୁ ସାମିଲ କରିବା ପାଇଁ ହେଉଥିବା ଦାବିକୁ ମଧ୍ୟ କର୍ଣ୍ଣପାତ କରୁନି କେନ୍ଦ୍ର ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!